ଆଇଏଏସ୍‌ ଅଫିସର ସ୍ତରରେ ପଦୋନ୍ନତି: ୪ ଅଧିକାରୀଙ୍କୁ ପ୍ରମୁଖ ସଚିବ ପାହ୍ୟା

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟ ପ୍ରଶାସନରେ ସଂଖ୍ୟାଧିକ ଅଫିସରଙ୍କୁ ପଦୋନ୍ନତି ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପଦୋନ୍ନତି ପାଇଥିବା ଅଧିକାରୀମାନେ ୨୦୨୦ ଜାନୁୟାରୀ ପହିଲାରୁ ନୂତନ ହାରରେ ଦରମା ପାଇବେ। ଓଡ଼ିଶା ପ୍ରଶାସନରେ କାର୍ଯ୍ୟରତ ୪ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀ ପ୍ରମୁଖ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ପାଇଛନ୍ତି। ଏହି ଅଧିକାରୀମାନେ ହେଉଛନ୍ତି-୧୯୯୫ ବ୍ୟାଚ୍‌ର ହେମନ୍ତ ଶର୍ମା, ବିଷ୍ଣୁପଦ ସେଠୀ, ଚିତ୍ରା ଅରୁମୁଗମ୍‌ ଏବଂ ସୁଶୀଲ କୁମାର ଲୋହାନୀ। ଏହି ଅଧିକାରୀ ମାନେ ଉଚ୍ଚ ପ୍ରଶାସନିକ ବର୍ଗରେ ଲେବଲ-୧୫ ଆଧାରରେ ଦରମା ପାଇବେ।

ସେହିପରି ୧୯୯୧ ବ୍ୟାଚ୍‌ର ଆଇଏଫ୍‌ଏସ୍‌ ଅଧିକାରୀ ଅନୁରାଧା ଭେମୁରୀଙ୍କୁ କନ୍ଧମାଳ ଜିଲା ପାଇଁ କେନ୍ଦ୍ର ସରକାରଙ୍କ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ଅନୁରାଧା ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ନିକଟରେ ନୀତେନ ଚନ୍ଦ୍ର କେନ୍ଦ୍ରୀୟ ଡେପୁଟେଶନରେ ଯାଇଛନ୍ତି। ଖୁବ୍‌ଶୀଘ୍ର ଜି. ଶ୍ରୀନିବାସ ମଧ୍ୟ ରାଜ୍ୟ ଦାୟିତ୍ୱରୁ ମୁକ୍ତ ହେବେ ବୋଲି ଜଣାପଡିଛି। ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ରାଜ୍ୟ ପ୍ରଶାସନରେ କାର୍ଯ୍ୟରତ ଅନ୍ୟ କେତେ ଜଣ ଅଧିକାରୀ ମଧ୍ୟ ଡେପୁଟେଶନ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। ସେହିପରି ରାଜ୍ୟ ସରକାର ୧୩ ଜଣ ଆଇଏଏସ୍‌ ଅଫିସରଙ୍କୁ ପେ’ ମାଟ୍ରିକ୍ସର ଲେଭଲ-୧୩କୁ ପଦୋନ୍ନତି ଦେଇଛନ୍ତି। ପଦୋନ୍ନତି ପାଇଥିବା ଅଧିକାରୀମାନେ ହେଲେ ୨୦୦୭ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଅରବିନ୍ଦ ଅଗ୍ରଓ୍ବାଲ, ବଲଓ୍ବନ୍ତ ସିଂ, ସଚିନ ରାମଚନ୍ଦ୍ର ଯାଦବ, ଜ୍ଞାନରଞ୍ଜନ ଦାସ, ବିଜୟ କୁମାର ନାୟକ, ମହମ୍ମଦ ରସିଦ ଖାନ, ପ୍ରଦୀପ୍ତ କୁମାର ମହାପାତ୍ର, ରଞ୍ଜନ କୁମାର ଦାଶ, ସଂଗ୍ରାମଜିତ୍‌ ନାୟକ, ସୁଶାନ୍ତ ମହାପାତ୍ର, ବିଶ୍ୱନାଥ ଆଚାର୍ଯ୍ୟ ଏବଂ ଶରତ ଚନ୍ଦ୍ର ନାୟକ। ଏଥିସହିତ କେନ୍ଦ୍ରୀୟ ଡେପୁଟେଶନରେ ଥିବା ଆଇଏଏସ୍‌ ରବୀନ୍ଦ୍ର ପ୍ରତାପ ସିଂଙ୍କୁ ମଧ୍ୟ ପେ’ ମାଟ୍ରିକ୍ସର ଲେଭଲ-୧୩କୁ ପଦୋନ୍ନତି ଦିଆଯାଇଛି। ୫ ଆଇଏଏସ୍‌ ଅଧିକାରୀଙ୍କ ସୁପର ଟାଇମ ସ୍କେଲ- ଲେଭଲ ୧୪କୁ ପଦୋନ୍ନତି ପାଇଛନ୍ତି। ଏହି ଅଧିକାରୀମାନେ ହେଉଛନ୍ତି-୨୦୦୦ ବ୍ୟାଚ୍‌ର ଟି.ଆଓ ଏବଂ ୨୦୦୪ ବ୍ୟାଚ୍‌ର ରୂପା ମିଶ୍ର, ନିର଼ଞ୍ଜନ ସାହୁ, ପ୍ରଶାନ୍ତ କୁମାର ସେନାପତି ଓ ସୁନ୍ଦରଲାଲ ସିଲ୍‌ । ଅନୁରୂପ ଭାବେ ୨୦୧୧ ବ୍ୟାଚ୍‌ର ୫ ଅଧିକାରୀ କନିଷ୍ଠ ପ୍ରଶାସନିକ ବର୍ଗ(ନନ୍‌ -ଫଙ୍କ୍ସନାଲ୍‌) ଲେଭେଲ ୧୨କୁ ପଦୋନ୍ନତି ପାଇଛନ୍ତି। ଏହି ଅଧିକାରୀମାନେ ହେଉଛନ୍ତି- ଅରିନ୍ଦମ ଡାକୁଆ, ସମର୍ଥ ବର୍ମା, ରେଘୁ ଜି, ଆଶିଷ ଥାକରେ ଏବଂ କେ. ସୁଦର୍ଶନ ଚକ୍ରବର୍ତ୍ତୀ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?