ଆଇଏଏସ୍‌-ଆଇପିଏସ୍‌ ଅଫିସର ପିନ୍ଧିବେ ଡାକ୍ତରୀ ୟୁନିଫର୍ମ: କାର୍ମିକ ମନ୍ତ୍ରଣାଳୟର ନୂଆ ଯୋଜନା

ନୂଆଦିଲ୍ଲୀ, ୧୧।୬: ଭାରତରେ କରୋନା ମହାମାରୀ ଯୋଗୁ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଏବେ ପ୍ରତିଦିନ ଦେଶରେ ହାରାହାରି ୧୦୦୦ ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି। ତେଣୁ ହସ୍ପିଟାଲରେ କରୋନା ସଂକ୍ରମିତଙ୍କ ଚିକିତ୍ସାର ସୁପରିଚାଳନା ଅପରିହାର୍ଯ୍ୟ ହୋଇପଡ଼ିଛି। ଏପରିସ୍ଥଳେ କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଏମ୍‌ବିବିଏସ୍‌ ଡିଗ୍ରୀ ପରେ ଆଇଏଏସ୍‌ ଏବଂ ଆଇପିଏସ୍‌ ଅଫିସର ଭାବେ କାର୍ଯ୍ୟ କରୁଥିବା ଅଧିକାରୀଙ୍କର ଏକ ଡାଟାବେସ୍‌ ପ୍ରସ୍ତୁତ କରାଯାଉଛି। ସେମାନଙ୍କୁ କୋଭିଡ୍‌-୧୯ ହସ୍ପିଟାଲର ପ୍ରବନ୍ଧନ ଏବଂ ସମନ୍ବୟ କାର୍ଯ୍ୟରେ ନିଯୁକ୍ତ କରାଯିବାର ଯୋଜନା ରହିଛି। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ଚିକିତ୍ସା ସେବା କ୍ଷେତ୍ରରେ ମଧ୍ୟ କାର୍ଯ୍ୟ ସମ୍ପାଦନ କରିବାକୁ ପଡ଼ିବାରେ ବୋଲି କୁହାଯାଉଛି। ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ବାସ୍ଥ୍ୟ ସେବା କ୍ଷେତ୍ର ଉପରେ ଚାପ ବଢ଼ିବାରେ ଲାଗିଛି। ଦେଶରେ ଥିବା କୋଭିଡ୍‌-୧୯ ହସ୍ପିଟାଲରେ ପ୍ରଶାସନିକ ବ୍ୟବସ୍ଥା ଭଲ ରହିଲେ ଆକ୍ରାନ୍ତଙ୍କ ସଂଖ୍ୟା କମିବାର ସମ୍ଭାବନା ରହିବ ବୋଲି କାର୍ମିକ ମନ୍ତ୍ରଣାଳୟ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri