Posted inଜାତୀୟ

ଆଇଏନ୍‌ଏକ୍ସ ମିଡିଆ ମାମଲା: ସିବିଆଇକୁ କେନ୍ଦ୍ରର ଅନୁମତି; ୪ ଅଧିକାରୀଙ୍କ ବିରୋଧରେ ତଦନ୍ତ ଚାଲିବ

ନୂଆଦିଲ୍ଲୀ,୨୯ା୯: ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ନୀତି ଆୟୋଗର ପୂର୍ବତନ ସିଇଓଙ୍କ ସମେତ ୪ ବରିଷ୍ଠ ପୂର୍ବତନ ଅଧିକାରୀଙ୍କ ବିରୋଧରେ ତଦନ୍ତ କରିବା ଲାଗି ସିବିଆଇକୁ ସରକାର ଅନୁମତି ଦେଇଛନ୍ତି। ୨୦୦୭ରେ ଆଇଏନ୍‌ଏକ୍ସ ମିଡିଆରେ ବିଦେଶୀ ପୁଞ୍ଜିନିବେଶ ଲାଗି ଅନୁମତି ପ୍ରଦାନରେ ଅନିୟମିତା ହୋଇଥିବା ଅଭିଯୋଗରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ସମେତ ଏହି ଅଧିକାରୀମାନେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଚିଦାମ୍ବରମ ଏବେ ତିହାର ଜେଲ୍‌ରେ ଅଛନ୍ତି। ସେତେବେଳେ ଅର୍ଥ ବିଭାଗର ଅତିରିକ୍ତ ସଚିବ ଏବଂ ପରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ହୋଇଥିବା ସିନ୍ଧୁଶ୍ରୀ ଖୁଲ୍ଲର, ଅର୍ଥ ମନ୍ତ୍ରଣାଳୟର ପୂର୍ବତନ ଯୁଗ୍ମ ସଚିବ ତଥା ଓଡ଼ିଆ ଅଫିସର ଅନୁପ କୁମାର ପୂଜାରୀ, ପୂର୍ବତନ ନିର୍ଦ୍ଦେଶକ ପ୍ରବୋଧ ସାକ୍ସେନା ଏବଂ ପୂର୍ବତନ ଅନୁସଚିବ ରବୀନ୍ଦ୍ର ପ୍ରସାଦଙ୍କ ବିରୋଧରେ ମାମଲା ଚଳାଇବା ଲାଗି ସିବିଆଇ ସରକାରଙ୍କଠାରୁ ଅନୁମତି ଲୋଡିଥିଲା। ଫେବୃୟାରୀରେ ସରକାର କେବଳ ଚିଦାମ୍ବରମଙ୍କ ବିରୋଧରେ ତଦନ୍ତ ଲାଗି ଅନୁମତି ଦେଇଥିଲେ। ଜୁନ୍‌ ମାସରେ କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସିଭିସି) ପୁଣି ଥରେ କେନ୍ଦ୍ରର ଅନୁମତି ଚାହିଁଥିଲେ। ୨୦୦୭ରେ ଉପରୋକ୍ତ ୪ ଅଧିକାରୀ ଚିଦାମ୍ବରମଙ୍କ ଅଧୀନରେ କାମ କରୁଥିଲେ। ଗତ ମାସରେ ଚିଦାମ୍ବରମ ସିବିଆଇ ହାଜତରେ ଥିବାବେଳେ ଉକ୍ତ ଅଧିକାରୀମାନଙ୍କ ସହ ତାଙ୍କୁ ମୁହାଁମୁହିଁ ଜେରା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri