Posted inଜାତୀୟ

ଆଇଏନ୍‌ଏସ୍‌ ଖଣ୍ଡେରୀ ନୌସେନାରେ ସାମିଲ୍‌: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି; ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଦିଆଯିବ ଉଚିତ ଜବାବ

ମୁମ୍ବାଇ,୨୮।୯: ଆଇଏନ୍‌ଏସ୍‌ ଖଣ୍ଡେରୀକୁ ଭାରତୀୟ ନୌସେନାରେ ସାମିଲ୍‌ କରାଯାଇଛି। ଏହାଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇବ ବୋଲି କୁହାଯାଉଛି। ଖଣ୍ଡେରୀକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମୁମ୍ବାଇଠାରେ ନୌସେନାରେ ସାମିଲ୍‌ କରିଛନ୍ତି। ସମୁଦ୍ରରେ ଗଭୀର ପାଣି ତଳେ ୧୨ ହଜାର କିମି ଯାତ୍ରା କରିବାର କ୍ଷମତା ଆଇଏନ୍‌ଏସ୍‌ ଖଣ୍ଡେରୀର ରହିଛି। ଏହାକୁ ନୌସେନାରେ ସାମିଲ୍‌ କରି ରାଜନାଥ ସିଂ କହିଛନ୍ତି ଯେ, ଏହାଦ୍ୱାରା ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଉଚିତ ଜବାବ ଦିଆଯାଇ ପାରିବ। ଆଇଏନ୍‌ଏସ୍‌ ଖଣ୍ଡେରୀରେ ୩୬୦ ବ୍ୟାଟେରୀ ସେଲ୍‌ ରହିଛି। ପ୍ରତି ସେଲ୍‌ର ଓଜନ ୭୫୦ କିଲୋଗ୍ରାମ୍‌। ଏହା ସହିତ ଏଥିରେ ୧୨୫୦ କେଡବ୍ଲ୍ୟୁ ଡିଜେଲ୍‌ ଇଞ୍ଜିନ୍‌ ରହିଛି। ଏହା ଏକକାଳୀନ ୪୫ ଦିନ ଧରି ଯାତ୍ରା କରିବାକୁ ସକ୍ଷମ। ଏହି ବ୍ୟାଟେରୀ ସହାୟତାରେ ଆଇଏନ୍‌ଏସ୍‌ ଖଣ୍ଡେରୀ ଏକକାଳୀନ ୧୨ ହଜାର କିମି ଯାତ୍ରା କରିପାରିବ। ଗଭୀର ସମୁଦ୍ରରେ ୩୫୦ ମିଟର ତଳେ ଥିବା ଏହା ଶତ୍ରୁଙ୍କୁ ଏହା ସନ୍ଧାନ କରିପାରିବ। ଏହା ସର୍ବାଧିକ ୨୨ ନୋଟସ୍‌ ଗତିରେ ଯାତ୍ରା କରିବାକୁ ସକ୍ଷମ।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri