ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି। ସହରାଞ୍ଚଳରେ ବିଭିନ୍ନ କ୍ରୀଡ଼ା ଅନୁଷ୍ଠାନ ପକ୍ଷରୁ କ୍ରିକେଟ୍‌ କୋଚିଂ ଦିଆଯାଉଥିବା ବେଳେ ଗ୍ରାମାଞ୍ଚଳ ପିଲାମାନେ ବିନା କୌଣସି ପ୍ରଶିକ୍ଷଣରେ ଉଦ୍ୟମ ଜାରି ରଖିଛନ୍ତି। କ୍ରିକେଟ୍‌ର ବିଭିନ୍ନ ଫର୍ମାଟ୍‌ ମଧ୍ୟରେ ଇଣ୍ଡିଆନ ଷ୍ଟ୍ରିଟ୍‌୍‌ ପ୍ରିମିୟର ଲିଗ୍‌ (ଆଇଏସ୍‌ପିଏଲ୍‌) ଚାଲୁଛି। ଏହି ଆଇଏସ୍‌ପିଏଲ୍‌ ଟିମ୍‌ ନିଲାମିରେ ସାମିଲ ହେବାର ସୁଯୋଗ ପାଇଛନ୍ତି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକର ଗେଡ଼ିଆପଲ୍ଲୀ ସାମୁକାପାଟଣା ଗ୍ରାମର ରାଜେଶ ସ୍ବାଇଁ। ତାଙ୍କର ଏହି ସଫଳତାରେ ପରିବାରବର୍ଗ ଏବଂ ଗ୍ରାମବାସୀ ଖୁସିଥିବା ବେଳେ ଆଗକୁ କ୍ରିକେଟ୍‌ରେ ନାମ କମାଇବାକୁ ଆଶା ବାନ୍ଧିଛନ୍ତି ରାଜେଶ। ଅଭାବ ଅନଟନରେ ବଢ଼ିଥିବା ରାଜେଶ ଭୁବନେଶ୍ୱରର ଏକ ଘରୋଇ ଅନୁଷ୍ଠାନରୁ ଅଗ୍ନିଶମ ପାଇଁ ଟ୍ରେନିଂ ନେଉଥିବା ବେଳେ ଏବେ ଆଇଏସ୍‌ପିଏଲ୍‌ରେ ଖେଳିବାକୁ ତାଙ୍କ ନାମ ଚୟନ କରାଯାଇଛି। ନିଲାମ ପ୍ରକ୍ରିୟାରେ ତାଙ୍କ ନାମ ରହିଥିବାରୁ ସେ ଖୁସିଥିବା ରାଜେଶ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri