Posted inଖେଳ

ଆଇଏସ୍‌ଏଲକୁ ଭାରତର ଶ୍ରେଷ୍ଠ ଲିଗ୍‌ ମାନ୍ୟତା

ନୂଆଦିଲ୍ଲୀ, ୨୭ା୧୦ (ପି.ଟି.)-ଏସିଆନ ଫୁଟ୍‌ବଲ କନଫେଡେରେଶନ (ଏଏଫ୍‌ସି) ଶନିବାର ବିଧିବଦ୍ଧ ଭାବେ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)କୁ ଦେଶର ଶ୍ରେଷ୍ଠ ଫୁଟ୍‌ବଲ ଲିଗ୍‌ର ମାନ୍ୟତା ପ୍ରଦାନ କରିଛି। ଏତଦ୍‌ ବ୍ୟତୀତ ୨୦୨୦-୨୧ ସିଜନ ଶେଷ ସୁଦ୍ଧା କେଉଁ ଦୁଇଟି ଆଲ-ଲିଗ୍‌ କ୍ଲବ ଆଇଏସ୍‌ଏଲ୍‌ରେ ସାମିଲ ହେବେ ତାହା ସୁପାରିସ କରିବା ଲାଗି ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌)କୁ କହିଛି। ଭିଏତ୍‌ନାମ୍‌ରେ ଅନୁଷ୍ଠିତ ଏକ ବୈଠକ ବେଳେ ଦେଶରେ ଫୁଟ୍‌ବଲ ଖେଳର ବିକାଶ ନିମନ୍ତେ ଏଆଇଏଫଏଫ୍‌ ଦ୍ୱାରା ପ୍ରସ୍ତାବିତ ଏକ ‘ରୋଡ୍‌ ମ୍ୟାପ୍‌’କୁ ଏଏଫ୍‌ସି କାର୍ଯ୍ୟନିର୍ବାହୀ କମିଟିର ଅନୁମୋଦନ ଲାଭ କରିଛି। ଭାରତୀୟ ଫୁଟ୍‌ବଲ ରୋଡ୍‌ମ୍ୟାପ ସମ୍ପର୍କରେ ସୂଚନା ଦେବାକୁ ଯାଇ ଏଏଫ୍‌ସି କହିଛି, ସିଜନ ୨୦୧୯-୨୦ରେ ଆଇଏସଏଲ ଭାରତୀୟ ଫୁଟ୍‌ବଲରେ ପ୍ରିମିୟର ଲିଗ୍‌ ପ୍ରତିଯୋଗିତାର ମାନ୍ୟତା ଲାଭ କରିବ। ୨୦୨୦-୨୧ ସିଜନରେ ଦୁଇଟି ଆଇ-ଲିଗ୍‌ କ୍ଲବ ଆଇଏସଏଲ୍‌ରେ ସାମିଲ ହେବେ। ଏଥିପାଇଁ ସ୍ବତନ୍ତ୍ର ମାନଦଣ୍ଡ ରହିବ। ଏଣିକି ବିଜୟୀ ଆଇଏସ୍‌ଏଲ କ୍ଲବ ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌ ପ୍ଲେ-ଅଫ୍‌ ଏବଂ ଆଇ-ଲିଗ୍‌ ବିଜେତାକୁ ଏଏଫ୍‌ସି କପ୍‌ ପ୍ଲେ-ଅଫ୍‌ରେ ଖେଳିବା ଲାଗି ଅନୁମତି ଦେବ ଏସିଆନ ଫୁଟ୍‌ବଲ କନଫେଡେରେଶନ। ପୂର୍ବରୁ ଅକ୍ଟୋବର ୧୪ରେ କୁଆଲାଲମ୍ପୁରରେ ଏଏଫ୍‌ସିର ଏକ ବୈଠକ ବସିଥିଲା। ସେତେବେଳେ ଏହି ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ଏଥିରେ ଆଇଏସ୍‌ଏଲ ଏବଂ ଆଇ-ଲିଗ୍‌ ସମେତ ଏଆଇଏଫ୍‌ଏଫ୍‌ ଏବଂ ଆଇଏମ୍‌ଜି ରିଲାଏନ୍ସ ପ୍ରତିନିଧିମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri