Posted inଖେଳ

ଆଇଏସ୍‌ଏଲ୍‌: ଓଡ଼ିଶା ଏଫ୍‌ସିର ପ୍ଲେ-ଅଫ୍‌ ଆଶା ଶେଷ

କୋଲକାତା,୯।୨ (ପି.ଟି.)- ରୟ କ୍ରିଷ୍ଣାଙ୍କ ହ୍ୟାଟ୍ରିକ ବଳରେ ଏଟିକେ ଇଣ୍ଡିଆ ସୁପର ଲିଗ (ଆଇଏସ୍‌ଏଲ୍‌)ରେ ଶନିବାର ଓଡ଼ିଶା ଏଫ୍‌ସିକୁ ୩-୧ ଗୋଲରେ ପରାସ୍ତ କରିଛି। ଘରୋଇ ପରିବେଶରୁ ଫାଇଦା ଉଠାଇ ଏଟିକେ ପ୍ରଭାବୀ ପ୍ରଦର୍ଶନ କରିଥିଲା। ଏଥିସହିତ ଏଟିକେ ୧୬ଟି ମ୍ୟାଚ୍‌ ଖେଳି ୧୦ ବିଜୟ, ୩ ଡ୍ର ଓ ୩ ପରାଜୟ ସହ ମୋଟ ୩୩ ପଏଣ୍ଟ ହାସଲ କରି ତାଲିକାର ଶୀର୍ଷରେ ରହିବା ସହ ପ୍ଲେ- ଅଫ୍‌ରେ ସ୍ଥାନ ପକ୍କା କରିଛି। ଅନ୍ୟପଟେ ଓଡ଼ିଶା ୧୬ଟି ମ୍ୟାଚ୍‌ ଖେଳି ୬ ବିଜୟ, ୩ ଡ୍ର ଓ ୭ ପରାଜୟ ସହ ୨୧ ପଏଣ୍ଟ ପାଇ ତାଲିକାର ଷଷ୍ଠ ସ୍ଥାନରେ ରହିଛି। ଏଥିସହିତ ଓଡ଼ିଶା ପ୍ଲେ-ଅଫ୍‌ ଆଶା ଶେଷ ହୋଇଛି।
ମ୍ୟାଚ୍‌ର ପ୍ରଥମାର୍ଦ୍ଧରେ ଜବରଦସ୍ତ ସଂଘର୍ଷ ଦେଖିବାକୁ ମିଳିଥିଲା ଓ ଏହା ଗୋଲଶୂନ୍ୟ ଭାବେ ଶେଷ ହୋଇଥିଲା। କ୍ରିଷ୍ଣା ୪୯, ୬୦ ଓ ୬୩ତମ ମିନିଟ୍‌ରେ ୩ଟି ଗୋଲ ସ୍କୋର କରିଥିଲେ। ଅନ୍ୟପଟେ ଓଡ଼ିଶା ତରଫରୁ ମାନୁଏଲ ଓନ୍‌ଉକ ୬୭ତମ ମିନିଟ୍‌ରେ ଦଳ ତରଫରୁ ଏକମାତ୍ର ଗୋଲ ସ୍କୋର କରି ପରାଜୟ ବ୍ୟବଧାନକୁ କମାଇଥିଲେ। ଏଟିକେ ଏବେ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ୧୬ ତାରିଖରେ ଚେନ୍ନାଇ ଏଫ୍‌ସିକୁ ଭେଟିବ। ସେହିପରି ଓଡ଼ିଶା ମଧ୍ୟ ତା’ର ପରବର୍ତ୍ତୀ ମୁକାବିଲାରେ ୧୪ ତାରିଖରେ ନର୍ଥଇଷ୍ଟ ୟୁନାଇଟେଡକୁ ହୋମ ଗ୍ରାଉଣ୍ଡ କଳିଙ୍ଗ ଷ୍ଟାଡିୟମରେ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri