Posted inଖେଳ

ଆଇଏସ୍‌ଏଲ୍‌: ଜାମସେଦପୁରକୁ ହରାଇ ଏଟିକେ ଶୀର୍ଷରେ

କୋଲକାତା, ୧୦।୧୧ (ପି.ଟି.)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଦୁଇଥରର ଚାମ୍ପିୟନ ଘରୋଇ ଏଟିକେ ଦଳ ୩-୧ ଗୋଲରେ ଜାମସେଦପୁର ଏଫ୍‌ସିକୁ ପରାସ୍ତ କରିଛି। ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ’ ପଶ୍ଚିମବଙ୍ଗ ସମୁଦ୍ରକୂଳ ନିକଟରେ ଲ୍ୟାଣ୍ଡଫଲ୍‌ କରିଥିଲେ ମଧ୍ୟ ଏହି ମ୍ୟାଚ୍‌ ଉପରେ କୌଣସି ପ୍ରଭାବ ପଡ଼ି ନ ଥିଲା। ସ୍ଥାନୀୟ ସଲ୍ଟ ଲେକ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ର ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିଥିଲା। ତେବେ ଦ୍ୱିତୀୟାର୍ଦ୍ଧ ପ୍ରାରମ୍ଭରୁ ଘରୋଇ ଏଟିକେ ଅଗ୍ରଣୀ ନେବାରେ ସଫଳ ହୋଇଥିଲା। ଫିଜିର ଷ୍ଟାର୍‌ ଫର୍‌ଓ୍ବାର୍ଡ ରୟ କ୍ରିଷ୍ଣା ୧୪ ମିନିଟ୍‌ ଅନ୍ତରରେ ୨ଟି ଗୋଲସ୍କୋର କରି ଏଟିକେକୁ ୨-୦ ଗୋଲରେ ଅଗ୍ରଣୀ କରାଇଥିଲେ। ସେ ୫୭ତମ ଓ ୭୧ତମ ମିନଟ୍‌ରେ ଏହି ଦୁଇଟି ଗୋଲ ଦେଇଥିଲେ। ଏହାପରେ ଜାମସେଦପୁରର ସର୍ଜିଓ କାଷ୍ଟେଲ ୮୫ତମ ମିନିଟ୍‌ରେ ଏକ ଗୋଲସ୍କୋର ମ୍ୟାଚ୍‌କୁ ୧-୨ ସ୍ତରକୁ ଆଣିଥିଲେ। ତେବେ ଅତିରିକ୍ତ ମିନିଟ୍‌ରେ ଏଡୁ ଗ୍ରାସିଆ (୯୦+୨)ଙ୍କ ଗୋଲ ବଳରେ ଏଟିକେ ୩-୧ରେ ବିଜୟୀ ହୋଇଥିଲା। ଏହି ବିଜୟ ସହ ଦଳ ପଏଣ୍ଟ ଟେବୁଲ ତାଲିକାର ଶୀର୍ଷକୁ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri