Posted inଖେଳ

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ: ମନୁ, ଇଲାଭେନିଲ, ଦିବ୍ୟାଂଶୁଙ୍କୁ ସ୍ବର୍ଣ୍ଣ

ପୁଟାନ(ଚାଇନା),୨୧।୧୧(ପି.ଟି.)- ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ର ଗୋଟିଏ ଦିନରେ ଭାରତୀୟ ଶୁଟରମାନେ ସର୍ବାଧିକ ସଫଳତା ପାଇଛନ୍ତି। ଯୁବ ଶୁଟର ମନୁ ଭାକର, ଇଲାଭେନିଲ ଭାଲରିଭାନ ଓ ଦିବ୍ୟାଂଶୁ ପାନ୍ବାର ନିଜ ନିଜ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ପ୍ରଥମ ଥର ପାଇଁ ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ର ଗୋଟିଏ ଦିନରେ ଭାରତୀୟ ଶୁଟରମାନେ ଏତେ ସଂଖ୍ୟକ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। ୧୭ ବର୍ଷୀୟ ଭାକର ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସର୍ବାଧିକ ସଫଳତା ପାଇଛନ୍ତି। ସେହିଭଳି ଇଲାଭନେିଲ (୨୦) ୧୦ ମି. ଏୟାର ରାଇଫଲ ପ୍ରତିଯୋଗିତାରେ ପୋଡିୟମର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ଏମାନଙ୍କ ଭଳି ୧୭ ବର୍ଷୀୟ ଦିବ୍ୟାଂଶୁ ପୁରୁଷ ୧୦ ମି. ଏୟାର ରାଇଫଲ ଇଭେଣ୍ଟର ଫାଇନାଲରେ ସର୍ବାଧିକ ୨୫୦.୧ ସ୍କୋର କରି ସମାନ ସଫଳତା ହାତେଇଛନ୍ତି। ପ୍ରତିଯୋଗିତାରେ ଏପର୍ଯ୍ୟନ୍ତ ଭାରତୀୟ ୩ ସ୍ବର୍ଣ୍ଣ ପଦକ ସହ ତାଲିକା ଶୀର୍ଷରେ ରହିଛି। ଆୟୋଜକ ଚାଇନା ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଚାଇନା ନିକଟରେ ୨ ସ୍ବର୍ଣ୍ଣ, ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ରହିଛି।
ଚଳିତ ସିଜନର ଅନ୍ତର୍ଜାତୀୟ ଶୁଟିଂ ସ୍ପୋର୍ଟ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌) ଅନ୍ତିମ ପ୍ରତିଯୋଗିତାର ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟ ଫାଇନାଲରେ ଭାକର ୨୪୪.୭ ସ୍କୋର କରିଥିଲେ। ଏଥିରେ ଅଂଶଗ୍ରହଣ କରିଥିବା ଅନ୍ୟ ଭାରତୀୟ ଶୁଟର ଯଶସ୍ବିନୀ ସିଂ ଦେଶ୍ୱାଲ ଫାଇନାଲରେ ୬ଷ୍ଠ ସ୍ଥାନରେ ରହି ଅଭିଯାନ ଶେଷ କରିଥିଲେ। ସର୍ବିଆର ଜୋରାନା ଅରୁନୋଭିକ୍‌ (୨୪୧.୯) ଓ ଚାଇନାର କ୍ୱିଆନ ଓ୍ବାଙ୍ଗ (୨୨୧.୮) ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହି ରୌପ୍ୟ ଓ ବ୍ରୋଞ୍ଜ ପଦକ ଜିତିଥିଲେ। ୧୦ ମି. ଏୟାର ରାଇଫଲ ପ୍ରତିଯୋଗିତାରେ ତାଇଓ୍ବାନର ଲିନ ୟିଙ୍ଗ ଶିନ(୨୫୦.୭)ଙ୍କୁ ମାତ୍ର ଦଶମିକ ଏକ ପଏଣ୍ଟରେ ପଛରେ ପକାଇ ଇଲାଭେନିଲ (୨୫୦.୮) ସ୍ବର୍ଣ୍ଣ ପଦକ ହାତେଇଥିଲେ। ମେହୁଲ ଘୋଷ ଫାଇନାଲରେ ପ୍ରବେଶ କରିଥିଲେ ମଧ୍ୟ ପଦକ ଜିଣିବାକୁ ସଫଳ ହୋଇ ନ ଥିଲେ। ୧୦ ମି. ଏୟାର ପିସ୍ତଲ ଇଭେଣ୍ଟରେ ଅଭିଷେକ ବର୍ମା ଓ ସୌରଭ ଚୌଧାରୀ ଫାଇନାଲରେ ପ୍ରବେଶ କରି ଥିଲେ ମଧ୍ୟ ପଦକ ହାତେଇବାରେ ବିଫଳ ହୋଇଥିଲେ। ଯୋଗ୍ୟତା ପର୍ଯ୍ୟାୟର ସଫଳ ପ୍ରଦର୍ଶନ କରି ଫାଇନାଲରେ ପ୍ରବେଶ କରିଥିବା ବର୍ମା (୧୭୯.୪) ୫ମ ସ୍ଥାନରେ ଓ ଚୌଧାରୀ (୧୫୯.୮) ୬ଷ୍ଠ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି।...

ବାଗାନ ମୁକାବିଲା ପାଇଁ ଓଡ଼ିଶା ଏଫ୍‌ସି ପ୍ରସ୍ତୁତ

ଭୁବନେଶ୍ୱର, ୨୩।୪ (ତପନ ସ୍ବାଇଁ): ଇତିହାସ ସୃଷ୍ଟି ହୋଇସାରିଛି। ଓଡ଼ିଶା ଏଫ୍‌ସି ପ୍ରଥମ ଥର ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସେମିଫାଇନାଲରେ ପ୍ରବେଶ କରିଛି।...

ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିବା କୋହଲିଙ୍କୁ ପଡ଼ିଲା ମହଙ୍ଗା, ବିସିସିଆଇ ନେଲା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୨।୪: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ରବିବାର ଏକ ମ୍ୟାଚ ହୋଇଥିଲା। ଯେଉଁଥିରେ କେକେଆର୍‌ ୧ ରନ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri