‘ଆଇଏସ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉ ଭାରତ’

ଓ୍ବାଶିଂଟନ, ୨୩ା୮(ପି.ଟି.): ଆତଙ୍କବାଦ ବିରୋଧରେ ଲଢେଇ ଜାରି ରଖିଥିବା ଭାରତ ଆଫଗାନିସ୍ତାନରେ ଆଇଏସ୍‌ ଆତଙ୍କବାଦୀଙ୍କ ବିରୋଧରେ ଦୃଢ ପଦକ୍ଷେପ ଗ୍ରହଣ କରୁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି। ଭାରତ ସହ ଇରାନ, ରୁଷିଆ, ତୁର୍କୀ ଭଳି ଦେଶ ଏଥିରେ ସହଯୋଗ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଆଫଗାନିସ୍ତାନରେ ଆତଙ୍କବାଦୀଙ୍କ ବିରୋଧରେ ମିଳିତ ଲଢେଇର ଆବଶ୍ୟକତା ରହିଥିବା ସେ ହ୍ବାଇଟ ହାଉସଠାରେ ଖବରଦାତାଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ପ୍ରକାଶ କରିଛନ୍ତି। ଆମେ ଏକା ସେଠାରେ ଲଢେଇ ଜାରି ରଖିଛୁ। ଆତଙ୍କବାଦ ଦମନ କ୍ଷେତ୍ରରେ ସମସ୍ତଙ୍କ ସହଯୋଗ ଜରୁରୀ ବୋଲି ଟ୍ରମ୍ପ କହିଛନ୍ତି। ଆଫଗାନିସ୍ତାନରୁ ଆମେରିକା ସେନା ସମ୍ପୂର୍ଣ୍ଣ ଫେରିବେ ନାହିଁ ବୋଲି କହିବାର ଦିନକ ପରେ ଟ୍ରମ୍ପ ଏଭଳି ମତ ଦେଇଛନ୍ତି। ତାଲିବାନ ହିଂସା ଜାରି ରହିବା ମାନବ ଜଗତ ପ୍ରତି ବିପଦ। ସେଠାରେ ଶାନ୍ତି ପ୍ରତିଷ୍ଠା କରାଯିବାର ଆବଶ୍ୟକତା ରହିଛି ଓ ଏଥିଲାଗି ଆମେରିକା ପ୍ରୟାସ ଜାରି ରଖିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri