‘ଆଇଏସ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉ ଭାରତ’

ଓ୍ବାଶିଂଟନ, ୨୩ା୮(ପି.ଟି.): ଆତଙ୍କବାଦ ବିରୋଧରେ ଲଢେଇ ଜାରି ରଖିଥିବା ଭାରତ ଆଫଗାନିସ୍ତାନରେ ଆଇଏସ୍‌ ଆତଙ୍କବାଦୀଙ୍କ ବିରୋଧରେ ଦୃଢ ପଦକ୍ଷେପ ଗ୍ରହଣ କରୁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି। ଭାରତ ସହ ଇରାନ, ରୁଷିଆ, ତୁର୍କୀ ଭଳି ଦେଶ ଏଥିରେ ସହଯୋଗ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଆଫଗାନିସ୍ତାନରେ ଆତଙ୍କବାଦୀଙ୍କ ବିରୋଧରେ ମିଳିତ ଲଢେଇର ଆବଶ୍ୟକତା ରହିଥିବା ସେ ହ୍ବାଇଟ ହାଉସଠାରେ ଖବରଦାତାଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ପ୍ରକାଶ କରିଛନ୍ତି। ଆମେ ଏକା ସେଠାରେ ଲଢେଇ ଜାରି ରଖିଛୁ। ଆତଙ୍କବାଦ ଦମନ କ୍ଷେତ୍ରରେ ସମସ୍ତଙ୍କ ସହଯୋଗ ଜରୁରୀ ବୋଲି ଟ୍ରମ୍ପ କହିଛନ୍ତି। ଆଫଗାନିସ୍ତାନରୁ ଆମେରିକା ସେନା ସମ୍ପୂର୍ଣ୍ଣ ଫେରିବେ ନାହିଁ ବୋଲି କହିବାର ଦିନକ ପରେ ଟ୍ରମ୍ପ ଏଭଳି ମତ ଦେଇଛନ୍ତି। ତାଲିବାନ ହିଂସା ଜାରି ରହିବା ମାନବ ଜଗତ ପ୍ରତି ବିପଦ। ସେଠାରେ ଶାନ୍ତି ପ୍ରତିଷ୍ଠା କରାଯିବାର ଆବଶ୍ୟକତା ରହିଛି ଓ ଏଥିଲାଗି ଆମେରିକା ପ୍ରୟାସ ଜାରି ରଖିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri