Posted inଖେଳ

ଆଇଓସି ସଦସ୍ୟ ଭାବେ ବାତ୍ରା ନିର୍ବାଚିତ

ଲାଉସାନେ, ୨୭ା୬ (ପି.ଟି.)- ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ସଭାପତି ନରିନ୍ଦର ବାତ୍ରା ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ଜଣେ ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ଏଠାରେ ଆଇଓସି ସେସନ ବେଳେ ସେ ସମ୍ମାନଜନକ ଆସନ ପାଇଁ ନିର୍ବାଚିତ ହୋଇଛନ୍ତି। ମୋଟ ୬୨ଟି ଭୋଟ୍‌ରୁ ସେ ୫୮ଟି ଭୋଟ ପାଇଥିବାବେଳେ ୪ଟି ତାଙ୍କ ବିପକ୍ଷରେ ଯାଇଥିଲା। ଏକ ଜାତୀୟ ଅଲିମ୍ପିକ କମିଟି ଆଇଓଏର ମୁଖ୍ୟ ହେବା ସହ ଆଇଓସି ସଦସ୍ୟ ହୋଇଛନ୍ତି। ଏଥିସହିତ ଏକ ଅଲିମ୍ପିକ କ୍ରୀଡ଼ାର ଅନ୍ତର୍ଜାତୀୟ ମହାସଂଘ ଏଫ୍‌ଆଇଚ୍‌(ଅନ୍ତର୍ଜାତୀୟ ହକି ମହାସଂଘ)ର ସେ ମୁଖ୍ୟ ଅଛନ୍ତି।
ଏହା ଦ୍ୱାରା ବାତ୍ରା ଏକ ବିରଳ ପ୍ରତିଷ୍ଠା ଲାଭ କରିଛନ୍ତି। ଏଭଳି ଗୌରବ ଅର୍ଜନ କରିବାରେ ସେ ପ୍ରଥମ ଭାରତୀୟ। ବାତ୍ରା ନିର୍ବାଚିତ ହେବା ଦ୍ୱାରା ଆଇଓସିରେ ସକ୍ରିୟ ଭାରତୀୟ ସଦସ୍ୟଙ୍କ ସଂଖ୍ୟା ଦୁଇକୁ ବୃଦ୍ଧି ପାଇଛି। ରିଲାଏନ୍ସ ଫାଉଣ୍ଡେଶନ ଅଧ୍ୟକ୍ଷା ନୀତା ଅମ୍ବାନୀ ୨୦୧୬ରେ ଆଇଓସିର ଜଣେ ବ୍ୟକ୍ତିଗତ ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ। ଏହି ସମ୍ମାନଜନକ ଆସନ ହାସଲ କରିବାରେ ସେ ପ୍ରଥମ ଭାରତୀୟ ମହିଳା ହୋଇଥିଲେ। ପୂର୍ବତନ ଆଇଓଏ ସାଧାରଣ ସମ୍ପାଦକ ରଣଧୀର ସିଂ ଆଇଓସିର ଜଣେ ସଦସ୍ୟ ଭାବେ କାର୍ଯ୍ୟ କରିଛନ୍ତି। ପରେ ତାଙ୍କୁ ଜଣେ ଅବୈତିନକ ସଦସ୍ୟ ଭାବେ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri