ଆଇଜିଆଇଟି କଲେଜରେ ଛାତ୍ର ଅଶାନ୍ତି; ବି-ଟେକ୍‌ ଛାତ୍ରଙ୍କୁ ମାଡ଼ ଅଭିଯୋଗ

ପରଜଙ୍ଗ, ୧୮।୧୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ଇନ୍ଦିରା ଗାନ୍ଧୀ ବୈଷୟିକ ଅନୁଷ୍ଠାନ (ଆଇଜିଆଇଟି)ରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଶନିବାର ଘଟିଥିବା ସାମାନ୍ୟ ଗଣ୍ଡଗୋଳ ରବିବାର ଉଗ୍ରରୂପ ନେଇଛି। ବି-ଟେକ୍‌ ଶେଷବର୍ଷର କେତେଜଣ ଛାତ୍ରଙ୍କ ମାଡ଼ରେ ୩ୟ ବର୍ଷ ଛାତ୍ର ନିର୍ମଳକୃଷ୍ଣ ଦାସ ଆହତ ହୋଇଛନ୍ତି। ଆହତ ଛାତ୍ରଜଣକ ଚିକିତ୍ସିତ ହୋଇ ଫେରିବା ପରେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏହାକୁ ନେଇ କଲେଜରେ ଚାପା ଉତ୍ତେଜନା ଲାଗି ରହିଛି।
ଅଭିଯୋଗରେ ଦର୍ଶାଯାଇଛି ଯେ, ଶନିବାର ବିଳମ୍ବିତ ରାତିରେ ବି-ଟେକ୍‌ ୩ୟ ବର୍ଷ ଛାତ୍ର ପ୍ରଭୁଦତ୍ତ ବେହେରା ଏବଂ କେତେଜଣ ଶେଷବର୍ଷ ଛାତ୍ରଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ବରିଷ୍ଠ ଛାତ୍ରମାନେ ତାଙ୍କୁ ହଷ୍ଟେଲକୁ ନେଇଯାଇ ଗାଳିଗୁଲଜ କରିଥିଲେ। ତାଙ୍କ ମୋବାଇଲ ଛଡ଼ାଇ ନେଇଥିଲେ। ଏହା ପରେ ଶେଷବର୍ଷ ଏବଂ ୩ୟ ବର୍ଷ ଛାତ୍ରଙ୍କ ମଧ୍ୟରେ ଫୋନରେ ଗାଳିମନ୍ଦ ହୋଇଥିଲା। ରବିବାର ଶେଷବର୍ଷ ଛାତ୍ରମାନେ ମୋବାଇଲ ଫେରାଇ ନେବାକୁ ଡାକିଥିଲେ। ୩ୟ ବର୍ଷ ଛାତ୍ରମାନେ ପହଞ୍ଚତ୍ବା କ୍ଷଣି ଏକାଠି ହୋଇଥିବା ବରିଷ୍ଠ ଛାତ୍ରମାନେ ନିର୍ମଳକୃଷ୍ଣଙ୍କୁ ଆକ୍ରମଣ କରିଥିଲେ। ତାଙ୍କୁ ଆମ୍ବୁଲାନ୍ସରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସୂଚନା ପାଇ ଥାନାଧିକାରୀ ବିଜୟ କୁମାର ହାଇବ୍ରୁ, ଏସ୍‌ଆଇ ପଦ୍ମନାଭ ଲେଙ୍କା, ସରାଙ୍ଗ ଫାଣ୍ଡି ଅଧିକାରୀ ଦାମୋଦର ସାହୁ ପ୍ରମୁଖ ପହଞ୍ଚତ୍ ଉଭୟ ଗୋଷ୍ଠୀର ଛାତ୍ରଙ୍କୁ ଡାକି ବୁଝାଶୁଝା କରିବା ସହ ଝଗଡ଼ାରୁ ନିବୃତ୍ତ ରହିବାକୁ ପରାମର୍ଶ ଦେଇଥିଲେ।
ଏ ନେଇ ଥାନାଧିକାରୀ କୁହନ୍ତି, ଛାତ୍ର ନିର୍ମଳକୃଷ୍ଣ ଦାସ ଶେଷବର୍ଷର କେତେଜଣ ଛାତ୍ରଙ୍କ ନାମରେ ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ ଚାଲିଛି। କଲେଜ ବାତାବରଣ ଶାନ୍ତ ଅଛି। ଏ ନେଇ ନିର୍ମଳ କୁହନ୍ତି, ତାଙ୍କୁ କଲେଜ ଗେଟ୍‌ ସମ୍ମୁଖରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ସେ ଚିହ୍ନିଥିବା କେତେଜଣ ଛାତ୍ରଙ୍କ ନାମରେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?