ଆଇଜିଆଇଟି କଲେଜ ଛାତ୍ରଙ୍କୁ ମାଡ଼ ଘଟଣା, ୫ ଅଟକ:ପ୍ରତିବାଦରେ ନିର୍ଦ୍ଦେଶକଙ୍କୁ ଘେରାଉ

ପରଜଙ୍ଗ,୧୯।୧୧(ଡି.ଏନ.ଏ.)

ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଇନ୍ଦିରା ଗାନ୍ଧୀ ବୈଷୟିକ ଅନୁଷ୍ଠାନ (ଆଇଜିଆଇଟି)ରେ ବି-ଟେକ ୩ୟ ବର୍ଷ ଛାତ୍ର ନିର୍ମଳକୃଷ୍ଣ ଦାସଙ୍କୁ ମାଡ଼ ଘଟଣାରେ ସୋମବାର ଶେଷ ବର୍ଷର ୫ ଜଣ ଛାତ୍ରଙ୍କୁ ପୋଲିସ ଉଠାଇ ଆଣି ଥାନାରେ ଅଟକ ରଖିଛି। ଏହାକୁ ନେଇ କଲେଜରେ ଚାପା ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ଶେଷ ବର୍ଷର ଛାତ୍ରମାନେ ଗେଟରେ ତାଲା ପକାଇ ଅଟକ ଛାତ୍ରଙ୍କୁ ଛାଡିବା ଜିଦ୍‌ରେ କଲେଜ ନିର୍ଦ୍ଦେଶକଙ୍କୁ ଘେରାଉ କରିଛନ୍ତି।
ପ୍ରକାଶ ଯେ, ଶନିବାର ବିଳମ୍ବିତ ରାତିରେ ବି-ଟେକ୍‌ ୩ୟ ବର୍ଷ ଛାତ୍ର ପ୍ରଭୁଦତ୍ତ ବେହେରା ଏବଂ କେତେଜଣ ଶେଷବର୍ଷ ଛାତ୍ରଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ବରିଷ୍ଠ ଛାତ୍ରମାନେ ତାଙ୍କୁ ହଷ୍ଟେଲକୁ ନେଇଯାଇ ଗାଳିଗୁଲଜ କରିଥିଲେ। ତାଙ୍କ ମୋବାଇଲ ଛଡ଼ାଇ ନେଇଥିଲେ। ଏହା ପରେ ଶେଷବର୍ଷ ଏବଂ ୩ୟ ବର୍ଷ ଛାତ୍ରଙ୍କ ମଧ୍ୟରେ ଫୋନରେ ଗାଳିମନ୍ଦ ହୋଇଥିଲା। ରବିବାର ଶେଷବର୍ଷ ଛାତ୍ରମାନେ ମୋବାଇଲ ଫେରାଇ ନେବାକୁ ଡାକିଥିଲେ। ୩ୟବର୍ଷ ଛାତ୍ର ପହଞ୍ଚତ୍ବା କ୍ଷତି ଏକାଠି ହୋଇଥିବା ବରିଷ୍ଠ ଛାତ୍ରମାନେ ନିର୍ମଳକୃଷ୍ଣ ଦାସଙ୍କୁ ଆକ୍ରମଣ କରିଥିଲେ। ଏ ନେଇ ନିର୍ମଳକୃଷ୍ଣ ପରଜଙ୍ଗ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ନେଇ ଏସଡିପିଓ ସୁପ୍ରସନ୍ନ ମଲ୍ଲିକ କହିଛନ୍ତି, ଅଭିଯୋଗକୁ ଭିତ୍ତି କରି ଛାତ୍ରମାନଙ୍କୁ ଅଟକ ରଖାଯାଇଛି। ଘଟଣାର ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri