ଆଇଟିଆର୍‌ ଲଞ୍ଚପ୍ୟାଡ୍‌ରୁ ‘ପିନାକା’ର ୩ଥର ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୪।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌) ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ମଙ୍ଗଳବାର ବହୁମୁଖୀ ରକେଟ ଲଞ୍ଚର ‘ପିନାକା’ର ୩ଥର ପରୀକ୍ଷଣ କରାଯାଇଛି। ଏସବୁ ପରୀକ୍ଷଣ ସଫଳ ହୋଇଥିବା ଆଇଟିଆର ପକ୍ଷରୁ ସୂଚନା ଦିଆଯାଇଛି। ଭାରତୀୟ ବାୟୁସେନାରେ ‘ପିନାକା’ ରକେଟ ସାମିଲ ହେବା ପରେ କାର୍ଗିଲ ଯୁଦ୍ଧ ସମୟରେ ପ୍ରଥମେ ଏହାର ବ୍ୟବହାର କରାଯାଇଥିଲା। ଭାରତୀୟ ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା (ଡିଆର୍‌ଡିଓ) ପକ୍ଷରୁ ପରେ ଏହାକୁ ବିକଶିତ କରାଯାଇ ବହୁମୁଖୀ ରକେଟ୍‌ ଲଞ୍ଚର ରୂପ ଦିଆଯାଇଛି।

ଡିଆର୍‌ଡିଓର ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ (ପିଏକ୍ସଇ) ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନରେ ଏକ ଟ୍ରକ୍‌ ଯୋଗେ ‘ପିନାକା’ର ଏହି ବ୍ୟବହାରିକ ପରୀକ୍ଷଣ କରାଯାଇଥିଲା। ଡିଆର୍‌ଡିଓ ବୈଜ୍ଞାନିକ ଓ ଏହି ପ୍ରକଳ୍ପ ସହ ସମ୍ପୃକ୍ତ ବିଶେଷଜ୍ଞ ଉପସ୍ଥିତ ଥିଲେ। ପୂର୍ବାହ୍ନ ୧୦ଟା ୫୪ରେ ପ୍ରଥମ, ୧୧ଟା ୨୮ରେ ଦ୍ୱିତୀୟ ଓ ୧୨ଟା ୩ ମିନିଟ୍‌ ସମୟରେ ତୃତୀୟ ଥର ଲାଗି ଏହାକୁ ଉତ୍‌କ୍ଷେପଣ କରାଯାଇଥିଲା। ପିନାକା ୪୦ କି.ମି. ଦୂରତା ଯାଏ ଲକ୍ଷ୍ୟଭେଦ କରିପାରିବାର କ୍ଷମତା ରଖିଛି। ଏହା ୧ କିଲୋ ୨୫୦ ଗ୍ରାମ୍‌ ଓଜନର ବିସ୍ଫୋରକ ବହନ କରିପାରିବ। ପୂର୍ବରୁ ‘ପିନାକା’ ଏକାଧିକ ବାର ସଫଳ ପରୀକ୍ଷଣ ହୋଇଥିବା ଡିଆର୍‌ଡିଓ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri