ଆଇଟି ସେକ୍ଟରରେ ଦରମା ତାରତମ୍ୟ;କର୍ମଚାରୀଙ୍କଠୁ ୪୫୫ ଗୁଣା ଅଧିକ ପାଆନ୍ତି ଓ୍ବିପ୍ରୋ ସିଇଓ

ନୂଆଦିଲ୍ଲୀ,୨୭-୭: ଦେଶର ସୂଚନା ପ୍ରଯୁକ୍ତି(ଆଇଟି) କ୍ଷେତ୍ରରେ ଶୀର୍ଷ କମ୍ପାନୀଗୁଡ଼ିକର ସିଇଓ ତଥା କର୍ମଚାରୀଙ୍କ ମଧ୍ୟରେ ବେତନ ତାରତମ୍ୟ କ୍ରମାଗତ ବଢ଼ିଚାଲିଛି। ଆର୍ଥିକ ବର୍ଷ ୨୦୧୮-୧୯ରେ ଏହି ପ୍ରଭେଦ ବହୁ ଅଧିକ ଥିବା ଜଣାପଡିଛି। କର୍ମଚାରୀଙ୍କ ଦରମା ନାମମାତ୍ର ବଢ଼ିଥିବା ବେଳେ ସିଇଓମାନେ ବମ୍ପର ବେତନ ପାଇଛନ୍ତି। ଆଇଟି କମ୍ପାନୀ ଓ୍ବିପ୍ରୋ ସିଇଓ ଆବିଦାଲି ନିମୁଚଓ୍ବାଲାଙ୍କ ଦରମା କମ୍ପାନୀର ସାଧାରଣ କର୍ମଚାରୀଙ୍କ ହାରାହାରି ବେତନ ତୁଳନାରେ ୪୫୫ ଗୁଣା ବୃଦ୍ଧି ପାଇଛି। ଗତବର୍ଷ ଏହା ୩୩୭ ଗୁଣା ଅଧିକ ଥିଲା। ସେହିପରି ଟାଟା କନସଲଟାନ୍ସି ସର୍ଭିସେସ୍‌(ଟିସିଏସ୍‌) ସିଇଓ ରାଜେଶ ଗୋପୀନାଥନଙ୍କ ବେତନ କର୍ମଚାରୀଙ୍କ ଦରମା ଠାରୁ ୨୬୨ ଗୁଣ ଅଧିକ, ଯାହା କି ଗତବର୍ଷ ୨୧୧ ଗୁଣ ଥିଲା। ସେହିପରି ଇନ୍‌ଫୋସିସ୍‌ ସିଇଓ ସଲିଲ ପାରେଖ ୨୦୧୮-୧୯ରେ ୨୭୩ ଗୁଣ ଅଧିକ ବେତନ ନେଇଛନ୍ତି। ଏହି ଟ୍ରେଣ୍ଡ ବିଶ୍ୱର ଅନ୍ୟ କମ୍ପାନୀଙ୍କ ଅପେକ୍ଷା ସମ୍ପୂର୍ଣ୍ଣ ଭିନ୍ନ। ଆମେରିକା କମ୍ପେସେଶନ ରିସର୍ଚ୍ଚ ଫାର୍ମ ଇକ୍ୱିଲିୟର ପକ୍ଷରୁ କୁହାଯାଇଛି ଯେ, ରସେଲ ୩୦୦୦ କମ୍ପାନୀ(ମାର୍କେଟ କ୍ୟାପିଟାଲାଇଜେଶନ ଆଧାରିତ ଇକୁଇଟି ଇଣ୍ଡେକ୍ସ)ର ମେ’ର ତଥ୍ୟ ଅନୁଯାୟୀ ଟେକ୍‌ କମ୍ପାନୀଙ୍କ ସିଇଓ ଓ କର୍ମଚାରୀଙ୍କ ବେତନ ବୃଦ୍ଧି ଭିତରେ ପ୍ରାୟ ସମାନତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri