ଆଇନଜୀବୀଙ୍କ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ : ହାଇକୋର୍ଟ ବାର୍‌ ସଭାପତି, ଓଡ଼ିଶା ବାର୍‌ କାଉନସିଲ ଅଧ୍ୟକ୍ଷଙ୍କୁ ବ୍ୟକ୍ତିଗତ ହାଜର ନୋଟିସ

କଟକ ଅଫିସ,୨୫ା୧୦ : ଆଇନଜୀବୀ ଆନ୍ଦୋଳନ ପ୍ରସଙ୍ଗକୁ ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। ଗୁରୁବାର ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ବିଚାରପତି ସଞ୍ଜୟ କିଶାନ କୌଲ ଓ ବିଚାରପତି କେ.ଏମ୍‌. ଯୋଶେଫଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ସଭାପତି, ବାର୍‌ କାଉନସିଲ୍‌ ଅଫ୍‌ ଓଡ଼ିଶାର ଅଧ୍ୟକ୍ଷଙ୍କୁ ସୁପ୍ରିମକୋର୍ଟରେ ହାଜର ହେବା ପାଇଁ ଆଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୮ରେ ହେବ। ଉକ୍ତ ଦିନ ବ୍ୟକ୍ତିଗତ ହାଜର ହେବା ପାଇଁ ସେମାନଙ୍କୁ ଆଦେଶ ରହିଛି। ସେହିପରି ବାର୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷଙ୍କୁ ମଧ୍ୟ ଉକ୍ତ ଦିନ ଉପସ୍ଥିତ ରହି ମାମଲା ପରିଚାଳନାରେ ସହଯୋଗ କରିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ମାମଲାରେ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ବିରୋଧରେ କ’ଣ ପଦକ୍ଷେପ ନିଆଯିବ ସେ ସମ୍ପର୍କରେ ସୁପ୍ରିମକୋର୍ଟ ବାର୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷଙ୍କ ପରାମର୍ଶ ଲୋଡ଼ିଛନ୍ତି। ଅନ୍ୟପକ୍ଷରେ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ଆଇନଜୀବୀ ଶିବଶଙ୍କର ମିଶ୍ରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ଆଦେଶ ଦେଇଛନ୍ତି। ସେହିପରି ଓକିଲ ଆନ୍ଦୋଳନ ଯୋଗୁ ୨୦୧୮-୧୯ରେ ଓଡ଼ିଶା ହାଇକୋର୍ଟ ଓ ସମସ୍ତ ନିମ୍ନ ଅଦାଲତରେ କେତେ କାର୍ଯ୍ୟ ଦିବସ ନଷ୍ଟ ହୋଇଛି ତାହାର ସବିଶେଷ ରିପୋର୍ଟ ସତ୍ୟପାଠ ଆକାରରେ ଦାଖଲ କରିବାକୁ ସୁପ୍ରିମକୋର୍ଟ ଆଦେଶ ଦେଇଛନ୍ତି। ଓଡ଼ିଶା ହାଇକୋର୍ଟ ଏବଂ ନିମ୍ନ ଅଦାଲତରେ ଯଦି କୌଣସି ଆଇନଜୀବୀ କିମ୍ବା ଆବେଦନକାରୀ ମାମଲା ପରିଚାଳନା କରିବାକୁ ଚାହୁଁଛନ୍ତି ତେବେ ସେମାନେ ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କୁ ଜଣାଇବେ ଓ ସେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ସ୍ଥାନୀୟ ପୋଲିସ ପ୍ରସାଶନ ଦ୍ୱାରା ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ଯୋଗାଇଦେବାକୁ ଖଣ୍ଡପୀଠ ଆଦେଶ ଦେଇଛନ୍ତି।
ବିଭିନ୍ନ ଦାବି ନେଇ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ଦୀର୍ଘଦିନ ହେବ କୋର୍ଟ ବର୍ଜନ ଆନ୍ଦୋଳନ ଜାରି ରଖିଛି। ଏଥିଯୋଗୁ ଅଦାଲତରେ ପଡ଼ି ରହିଥିବା ମାମଲା ପରିଚାଳନା ସମ୍ଭବ ହୋଇପାରୁନାହିଁ। ସୁପ୍ରିମକୋର୍ଟରେ ରୁଜୁ ଏକ ମାମଲାର ଶୁଣାଣି ବେଳେ ଆଇନଜୀବୀଙ୍କ ଆନ୍ଦୋଳନ ପ୍ରସଙ୍ଗ ଉତ୍ଥାପନ ହୋଇଥିଲା। ଏହାକୁ ନେଇ ସୁପ୍ରିମକୋର୍ଟ କଠୋର ଅଭିମୁଖ୍ୟ ଗ୍ରହଣ କରିଥିଲେ। ମାମଲା ପରିଚାଳନା କରିବାକୁ ଚାହୁଁଥିବା ଆଇନଜୀବୀ ଏବଂ ଆବେଦନକାରୀଙ୍କୁ ସ୍ଥାନୀୟ ପୋଲିସ ସୁରକ୍ଷା ଦେଇ ନ ପାରିଲେ ଅର୍ଦ୍ଧସାମରିକ ବଳ ନିୟୋଜନ କରିବାକୁ ସୁପ୍ରିମକୋର୍ଟ ହାଇକୋର୍ଟଙ୍କୁ ପରାମର୍ଶ ଦେଇଥିଲେ। ଗୁରୁବାର ଶୁଣାଣିବେଳେ ହାଇକୋର୍ଟଙ୍କ ତରଫରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀ ସ୍ଥାନୀୟ ପୋଲିସ ସୁରକ୍ଷା ଦେବାରେ ସମର୍ଥ ବୋଲି ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଥିଲେ। ସେହିପରି ଆଇନଜୀବୀ ଶିବଶଙ୍କର ମିଶ୍ରଙ୍କ ବିରୋଧରେ ହାଇକୋର୍ଟ ବାର୍‌ ଆସୋସିଏଶନର ଆକ୍ସନ କମିଟି ବୁଧବାର ନେଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଖଣ୍ଡପୀଠ ଅବଗତ ହୋଇ ଉପରୋକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri