ଆଇନଜୀବୀଙ୍କ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ : ହାଇକୋର୍ଟ ବାର୍‌ ସଭାପତି, ଓଡ଼ିଶା ବାର୍‌ କାଉନସିଲ ଅଧ୍ୟକ୍ଷଙ୍କୁ ବ୍ୟକ୍ତିଗତ ହାଜର ନୋଟିସ

କଟକ ଅଫିସ,୨୫ା୧୦ : ଆଇନଜୀବୀ ଆନ୍ଦୋଳନ ପ୍ରସଙ୍ଗକୁ ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। ଗୁରୁବାର ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ବିଚାରପତି ସଞ୍ଜୟ କିଶାନ କୌଲ ଓ ବିଚାରପତି କେ.ଏମ୍‌. ଯୋଶେଫଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ସଭାପତି, ବାର୍‌ କାଉନସିଲ୍‌ ଅଫ୍‌ ଓଡ଼ିଶାର ଅଧ୍ୟକ୍ଷଙ୍କୁ ସୁପ୍ରିମକୋର୍ଟରେ ହାଜର ହେବା ପାଇଁ ଆଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୮ରେ ହେବ। ଉକ୍ତ ଦିନ ବ୍ୟକ୍ତିଗତ ହାଜର ହେବା ପାଇଁ ସେମାନଙ୍କୁ ଆଦେଶ ରହିଛି। ସେହିପରି ବାର୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷଙ୍କୁ ମଧ୍ୟ ଉକ୍ତ ଦିନ ଉପସ୍ଥିତ ରହି ମାମଲା ପରିଚାଳନାରେ ସହଯୋଗ କରିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ମାମଲାରେ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ବିରୋଧରେ କ’ଣ ପଦକ୍ଷେପ ନିଆଯିବ ସେ ସମ୍ପର୍କରେ ସୁପ୍ରିମକୋର୍ଟ ବାର୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷଙ୍କ ପରାମର୍ଶ ଲୋଡ଼ିଛନ୍ତି। ଅନ୍ୟପକ୍ଷରେ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ଆଇନଜୀବୀ ଶିବଶଙ୍କର ମିଶ୍ରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ଆଦେଶ ଦେଇଛନ୍ତି। ସେହିପରି ଓକିଲ ଆନ୍ଦୋଳନ ଯୋଗୁ ୨୦୧୮-୧୯ରେ ଓଡ଼ିଶା ହାଇକୋର୍ଟ ଓ ସମସ୍ତ ନିମ୍ନ ଅଦାଲତରେ କେତେ କାର୍ଯ୍ୟ ଦିବସ ନଷ୍ଟ ହୋଇଛି ତାହାର ସବିଶେଷ ରିପୋର୍ଟ ସତ୍ୟପାଠ ଆକାରରେ ଦାଖଲ କରିବାକୁ ସୁପ୍ରିମକୋର୍ଟ ଆଦେଶ ଦେଇଛନ୍ତି। ଓଡ଼ିଶା ହାଇକୋର୍ଟ ଏବଂ ନିମ୍ନ ଅଦାଲତରେ ଯଦି କୌଣସି ଆଇନଜୀବୀ କିମ୍ବା ଆବେଦନକାରୀ ମାମଲା ପରିଚାଳନା କରିବାକୁ ଚାହୁଁଛନ୍ତି ତେବେ ସେମାନେ ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କୁ ଜଣାଇବେ ଓ ସେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ସ୍ଥାନୀୟ ପୋଲିସ ପ୍ରସାଶନ ଦ୍ୱାରା ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ଯୋଗାଇଦେବାକୁ ଖଣ୍ଡପୀଠ ଆଦେଶ ଦେଇଛନ୍ତି।
ବିଭିନ୍ନ ଦାବି ନେଇ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ଦୀର୍ଘଦିନ ହେବ କୋର୍ଟ ବର୍ଜନ ଆନ୍ଦୋଳନ ଜାରି ରଖିଛି। ଏଥିଯୋଗୁ ଅଦାଲତରେ ପଡ଼ି ରହିଥିବା ମାମଲା ପରିଚାଳନା ସମ୍ଭବ ହୋଇପାରୁନାହିଁ। ସୁପ୍ରିମକୋର୍ଟରେ ରୁଜୁ ଏକ ମାମଲାର ଶୁଣାଣି ବେଳେ ଆଇନଜୀବୀଙ୍କ ଆନ୍ଦୋଳନ ପ୍ରସଙ୍ଗ ଉତ୍ଥାପନ ହୋଇଥିଲା। ଏହାକୁ ନେଇ ସୁପ୍ରିମକୋର୍ଟ କଠୋର ଅଭିମୁଖ୍ୟ ଗ୍ରହଣ କରିଥିଲେ। ମାମଲା ପରିଚାଳନା କରିବାକୁ ଚାହୁଁଥିବା ଆଇନଜୀବୀ ଏବଂ ଆବେଦନକାରୀଙ୍କୁ ସ୍ଥାନୀୟ ପୋଲିସ ସୁରକ୍ଷା ଦେଇ ନ ପାରିଲେ ଅର୍ଦ୍ଧସାମରିକ ବଳ ନିୟୋଜନ କରିବାକୁ ସୁପ୍ରିମକୋର୍ଟ ହାଇକୋର୍ଟଙ୍କୁ ପରାମର୍ଶ ଦେଇଥିଲେ। ଗୁରୁବାର ଶୁଣାଣିବେଳେ ହାଇକୋର୍ଟଙ୍କ ତରଫରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀ ସ୍ଥାନୀୟ ପୋଲିସ ସୁରକ୍ଷା ଦେବାରେ ସମର୍ଥ ବୋଲି ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଥିଲେ। ସେହିପରି ଆଇନଜୀବୀ ଶିବଶଙ୍କର ମିଶ୍ରଙ୍କ ବିରୋଧରେ ହାଇକୋର୍ଟ ବାର୍‌ ଆସୋସିଏଶନର ଆକ୍ସନ କମିଟି ବୁଧବାର ନେଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଖଣ୍ଡପୀଠ ଅବଗତ ହୋଇ ଉପରୋକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri