ଆଇନଜୀବୀ ବିନୟାନନ୍ଦଙ୍କ ପରଲୋକ

ଢେଙ୍କାନାଳ ଅଫିସ, ୯ା୯ : ଢେଙ୍କାନାଳର ବରିଷ୍ଠ ଆଇନଜୀବୀ ବିନୟାନନ୍ଦ ମହାପାତ୍ରଙ୍କ ରବିବାର ମୁକ୍ତାଦେଈପୁର ଶାସନସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୭୭ବର୍ଷ ହୋଇଥିଲା। ସେ କିଛିଦିନ ଧରି ଅସୁସ୍ଥ ଥିଲେ। ଅନ୍ତିମ ସମୟରେ ତାଙ୍କ ନିକଟରେ ଆତ୍ମୀୟସ୍ବଜନ ଉପସ୍ଥିତ ଥିଲେ। ସୂଚନା ପାଇ ‘ଧରିତ୍ରୀ’ ଏବଂ ‘ଓରିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ, ଏମ୍‌ପି ମହେଶ ସାହୁ, ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ପୂର୍ବତନ ରାଜ୍ୟ ସଭା ସଦସ୍ୟ ରୁଦ୍ରନାରାୟଣ ପାଣି, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ରାଜ୍ୟ ସମବାୟ ବ୍ୟାଙ୍କ ସଭାପତି ଅକ୍ଷୟ କୁମାର ମହାନ୍ତି, ରାଜ୍ୟ ବିଜେଡି ସମ୍ପାଦକ ଯୋଗେନ୍ଦ୍ର ତ୍ରିପାଠୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପହଞ୍ଚତ୍ ଶେଷଦର୍ଶନ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ।
ଛାତ୍ର ଜୀବନରୁ ବିନୟାନନ୍ଦ ନିଜର ବ୍ୟକ୍ତିତ୍ୱର ପରିଚୟ ଦେଇଥିଲେ। ସିପିଆଇ ଦଳର ବରିଷ୍ଠ କର୍ମକର୍ତ୍ତା, ଢେଙ୍କାନାଳ ପୁସ୍ତକମେଳା ସମିତି ସଭାପତି, ଢେଙ୍କାନାଳ କଲେଜ ପୁରାତନ ଛାତ୍ର ସଂସଦ ସଭାପତି, ଶ୍ରୀଗୁଣ୍ଡିଚା ଭଜନ ସମାରୋହ କମିଟି ସଭାପତି, ଜିଲା ଓକିଲ ସଂଘ ସଭାପତି, ସନ୍ଧ୍ୟାତାରା ସାହିତ୍ୟ ସଂସଦ ମୁଖ୍ୟ ଉପଦେଷ୍ଟା ଭଳି ବହୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ରହି ସଫଳତାର ସହ ଦାୟିତ୍ୱ ନିର୍ବାହ କରିଥିଲେ। ତାଙ୍କ ପରଲୋକରେ ଡ୍ରିଟ୍‌ର ପୂର୍ବତନ ଅଧ୍ୟକ୍ଷ ଦେବୀ ପ୍ରସାଦ ଭୂତିଆ, ମୁକ୍ତାଦେଈପୁର ଶାସନ ମହାଜନ ମହାସଭା ସଭାପତି ଶଶିମୌଳି ରଥ, ଜିଲା ଓକିଲ ସଂଘ ସଭାପତି ସଞ୍ଜୟ କୁମାର ମିଶ୍ର, କାମାକ୍ଷାନଗର ଓକିଲ ସଂଘ ସଭାପତି ରଞ୍ଜନ ରାଉତ, ପୂର୍ବତନ ନଗରପାଳ ସୁଧାଂଶୁ କୁମାର ଦଳେଇ, ଇନ୍ଦ୍ରମଣି ବେହେରା, ସୁନୀଲ ଶର୍ମା, ଉତ୍କଳ ଆଜବେଷ୍ଟସ୍‌ର ମ୍ୟାନେଜର ରଘୁନାଥ ସିଂ, ସନ୍ଧ୍ୟାତାରା ସାହିତ୍ୟ ସଂସଦର ସଭାପତି ଭବାନୀ ଶଙ୍କର ମିଶ୍ର, ଜିଲା କଂଗ୍ରେସ ସଭାପତି ସୁରେଶ ଚନ୍ଦ୍ର ପାଣିଗ୍ରାହୀ ପ୍ରମୁଖ ଗଭୀର ଶୋକବ୍ୟକ୍ତ କରିଛନ୍ତି।
ମରଶରୀରକୁ ଅପରାହ୍ନ ୧ଟାରେ ଶୋଭାଯାତ୍ରାରେ ସହର ପରିକ୍ରମା କରାଯିବା ପରେ ଜିଲା ଓକିଲ ସଂଘ କାର୍ଯ୍ୟାଳୟକୁ ନିଆଯାଇଥିଲା। ସେଠାରେ ଆଇନଜୀବୀମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହାପରେ ଶବ ଶୋଭାଯାତ୍ରା ପୈତୃକ ଗ୍ରାମ ବଳଭଦ୍ରପୁରଶାସନରେ ପହଞ୍ଚତ୍ଥିଲା। ଗ୍ରାମ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏକମାତ୍ର ପୁତ୍ର ଆଇନଜୀବୀ ଶିବସାଇ ମହାପାତ୍ର ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri