ଆଇନଜୀବୀ ବିନୟାନନ୍ଦଙ୍କ ପରଲୋକ

ଢେଙ୍କାନାଳ ଅଫିସ, ୯ା୯ : ଢେଙ୍କାନାଳର ବରିଷ୍ଠ ଆଇନଜୀବୀ ବିନୟାନନ୍ଦ ମହାପାତ୍ରଙ୍କ ରବିବାର ମୁକ୍ତାଦେଈପୁର ଶାସନସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୭୭ବର୍ଷ ହୋଇଥିଲା। ସେ କିଛିଦିନ ଧରି ଅସୁସ୍ଥ ଥିଲେ। ଅନ୍ତିମ ସମୟରେ ତାଙ୍କ ନିକଟରେ ଆତ୍ମୀୟସ୍ବଜନ ଉପସ୍ଥିତ ଥିଲେ। ସୂଚନା ପାଇ ‘ଧରିତ୍ରୀ’ ଏବଂ ‘ଓରିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ, ଏମ୍‌ପି ମହେଶ ସାହୁ, ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ପୂର୍ବତନ ରାଜ୍ୟ ସଭା ସଦସ୍ୟ ରୁଦ୍ରନାରାୟଣ ପାଣି, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ରାଜ୍ୟ ସମବାୟ ବ୍ୟାଙ୍କ ସଭାପତି ଅକ୍ଷୟ କୁମାର ମହାନ୍ତି, ରାଜ୍ୟ ବିଜେଡି ସମ୍ପାଦକ ଯୋଗେନ୍ଦ୍ର ତ୍ରିପାଠୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପହଞ୍ଚତ୍ ଶେଷଦର୍ଶନ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ।
ଛାତ୍ର ଜୀବନରୁ ବିନୟାନନ୍ଦ ନିଜର ବ୍ୟକ୍ତିତ୍ୱର ପରିଚୟ ଦେଇଥିଲେ। ସିପିଆଇ ଦଳର ବରିଷ୍ଠ କର୍ମକର୍ତ୍ତା, ଢେଙ୍କାନାଳ ପୁସ୍ତକମେଳା ସମିତି ସଭାପତି, ଢେଙ୍କାନାଳ କଲେଜ ପୁରାତନ ଛାତ୍ର ସଂସଦ ସଭାପତି, ଶ୍ରୀଗୁଣ୍ଡିଚା ଭଜନ ସମାରୋହ କମିଟି ସଭାପତି, ଜିଲା ଓକିଲ ସଂଘ ସଭାପତି, ସନ୍ଧ୍ୟାତାରା ସାହିତ୍ୟ ସଂସଦ ମୁଖ୍ୟ ଉପଦେଷ୍ଟା ଭଳି ବହୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ରହି ସଫଳତାର ସହ ଦାୟିତ୍ୱ ନିର୍ବାହ କରିଥିଲେ। ତାଙ୍କ ପରଲୋକରେ ଡ୍ରିଟ୍‌ର ପୂର୍ବତନ ଅଧ୍ୟକ୍ଷ ଦେବୀ ପ୍ରସାଦ ଭୂତିଆ, ମୁକ୍ତାଦେଈପୁର ଶାସନ ମହାଜନ ମହାସଭା ସଭାପତି ଶଶିମୌଳି ରଥ, ଜିଲା ଓକିଲ ସଂଘ ସଭାପତି ସଞ୍ଜୟ କୁମାର ମିଶ୍ର, କାମାକ୍ଷାନଗର ଓକିଲ ସଂଘ ସଭାପତି ରଞ୍ଜନ ରାଉତ, ପୂର୍ବତନ ନଗରପାଳ ସୁଧାଂଶୁ କୁମାର ଦଳେଇ, ଇନ୍ଦ୍ରମଣି ବେହେରା, ସୁନୀଲ ଶର୍ମା, ଉତ୍କଳ ଆଜବେଷ୍ଟସ୍‌ର ମ୍ୟାନେଜର ରଘୁନାଥ ସିଂ, ସନ୍ଧ୍ୟାତାରା ସାହିତ୍ୟ ସଂସଦର ସଭାପତି ଭବାନୀ ଶଙ୍କର ମିଶ୍ର, ଜିଲା କଂଗ୍ରେସ ସଭାପତି ସୁରେଶ ଚନ୍ଦ୍ର ପାଣିଗ୍ରାହୀ ପ୍ରମୁଖ ଗଭୀର ଶୋକବ୍ୟକ୍ତ କରିଛନ୍ତି।
ମରଶରୀରକୁ ଅପରାହ୍ନ ୧ଟାରେ ଶୋଭାଯାତ୍ରାରେ ସହର ପରିକ୍ରମା କରାଯିବା ପରେ ଜିଲା ଓକିଲ ସଂଘ କାର୍ଯ୍ୟାଳୟକୁ ନିଆଯାଇଥିଲା। ସେଠାରେ ଆଇନଜୀବୀମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହାପରେ ଶବ ଶୋଭାଯାତ୍ରା ପୈତୃକ ଗ୍ରାମ ବଳଭଦ୍ରପୁରଶାସନରେ ପହଞ୍ଚତ୍ଥିଲା। ଗ୍ରାମ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏକମାତ୍ର ପୁତ୍ର ଆଇନଜୀବୀ ଶିବସାଇ ମହାପାତ୍ର ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?