ଆଇନଶୃଙ୍ଖଳା ପରିସ୍ଥିତି: ଆଜିଠୁ ଭାଜପାର ବିକ୍ଷୋଭ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ ରାଜ୍ୟ ସଭାପତି ସମୀର ମହାନ୍ତି ବାରମ୍ବାର ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଥିଲେ ‘ରାଜ୍ୟ ଶାସନ ବ୍ୟବସ୍ଥାକୁ ଚଳାଉଛି କିଏ’। ରାଜ୍ୟବାସୀଙ୍କ ମନ ଭିତରେ ଏହା ଏବେ ପ୍ରମୁଖ ପ୍ରଶ୍ନ ହୋଇ ରହିଯାଇଛି ବୋଲି ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର କହିଛନ୍ତି ା ପ୍ରଥମେ ଷ୍ଟୋରି ପ୍ରସ୍ତୁତ ହୋଇ ଚଳଚ୍ଚିତ୍ର ନିର୍ମାଣ କରାଯିବା ଭଳି ରାଜ୍ୟରେ ମଧ୍ୟ ପ୍ରଥମେ ଷ୍ଟୋରି ପ୍ରସ୍ତୁତ କରାଯାଇ ପରେ କ୍ରାଇମ କରାଯାଉଛି ା ଏହା ଅତ୍ୟନ୍ତ ବିପଜ୍ଜନକ ା
ଗତ କିଛିବର୍ଷ ହେଲା ରାଜ୍ୟରେ ସାଇବର କ୍ରାଇମ, ଶିଶୁ ଅପହରଣ, ଲୁଟ୍‌, ନାରୀ ନିର୍ଯାତନା ଓ ହତ୍ୟା ଭଳି ଅପରାଧ ସଂଖ୍ୟା ଦିନକୁଦିନ ବଢ଼ିଚାଲିଛି। ତେଣୁ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନେଇ ମଙ୍ଗଳବାରଠାରୁ ଭାଜପା ୩ ଦିନିଆ ଆନ୍ଦୋଳନ କରିବା ଲାଗି ଯୋଜନା ପ୍ରସ୍ତୁତ କରିଛି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭୃଗୁ କହିଛନ୍ତି ଯେ, ରାଜ୍ୟ କ୍ୟାବିନେଟର ଜଣେ ପ୍ରଭାବଶାଳୀ ମନ୍ତ୍ରୀ ନବ ଦାସଙ୍କୁ ସ୍ପଷ୍ଟ ଦିବାଲୋକରେ ଜଣେ ପୋଲିସ ଅଧିକାରୀ ଗୁଳିକରି ହତ୍ୟା କଲେ। ଏଭଳି ସମ୍ବେଦନଶୀଳ ହତ୍ୟାର ତଦନ୍ତ ମଧ୍ୟ ସେହି ଗୃହ ବିଭାଗର କ୍ରାଇମବ୍ରାଞ୍ଚ ଦ୍ୱାରା କରାଯାଉଛି। ଘଟଣାର ୧୫ ଦିନ ବିତିଯାଇଥିଲେ ସୁଦ୍ଧା ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସତ୍ୟାସତ୍ୟ ସାମ୍ନାକୁ ଆସିଲା ନାହିଁ ା
ଗତ ୨ରୁ ୩ ବର୍ଷ ହେବ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଯେଉଁ ନୂଆ ଘଟଣାମାନ ଘଟୁଛି, ତାହା ଅତୀତରେ କେବେହେଲେ ଓଡ଼ିଶାରେ ଦେଖାଯାଉ ନ ଥିଲା। ଓଡ଼ିଶାରେ ଯଦି ଜଣେ ମନ୍ତ୍ରୀ ସୁରକ୍ଷିତ ନୁହନ୍ତି, ତେବେ ସାଧାରଣ ଲୋକଙ୍କ ଅବସ୍ଥା ନ କହିବା ଭଲ। ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ମୃତ୍ୟୁର ତଦନ୍ତ ବାଟବଣା ପ୍ରତିବାଦରେ ଆସନ୍ତା ୧୪, ୧୫, ୧୬ରେ ପର୍ଯ୍ୟାୟକ୍ରମେ ରାଜ୍ୟବ୍ୟାପୀ ଭାଜପା ଆନ୍ଦୋଳନ କରିବ। ମଙ୍ଗଳବାର ରାଜଧାନୀର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ା
୧୫ରେ ରାଜ୍ୟର ସମସ୍ତ ଜିଲା ସଦର ମହକୁମାରେ ବିକ୍ଷୋଭ ପ୍ରଦର୍ଶନ ସହିତ ଆଇନ ଅମାନ୍ୟ ଆନ୍ଦୋଳନ କରାଯିବ। ୧୬ରେ ରାଜ୍ୟ ସରକାରଙ୍କୁ ବରଖାସ୍ତ ଦାବିକରି ରାଜଭବନ ସମ୍ମୁଖରେ ଦଳ ପକ୍ଷରୁ ଧାରଣା ଦିଆଯାଇ ରାଜ୍ୟପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯିବ। ଏହି ଆନ୍ଦୋଳନକୁ ଆଗାମୀ ଦିନରେ ଗଁା, ପଞ୍ଚାୟତ, ବ୍ଳକରେ କରାଯିବ ବୋଲି ଭୃଗୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri