Posted inଖେଳ

ଆଇପିଏଲ୍‌କୁ ନେଇ ବଡ଼ ଘୋଷଣା କଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୨୨।୯: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୩ ସିଜିନରୁ ଏହାର ମୂଳ ଫର୍ମାଟ୍‌ ଅର୍ଥାତ୍‌ ପ୍ରି-କୋଭିଡ ଫର୍ମାଟକୁ ଫେରିବ। ଦଳ ନିଜ ଘରୋଇ ଗ୍ରାଉଣ୍ଡରେ ଏବଂ ବିପକ୍ଷ ଦଳର ଗ୍ରାଉଣ୍ଡରେ ମ୍ୟାଚ ଖେଳିବ। ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଏନେଇ ବୋର୍ଡ ଅନୁବନ୍ଧିତ ୟୁନିଟ ଗୁଡିକୁ ଏ ବିଷୟରେ ସୂଚନା ଦେଇଛନ୍ତି। ୨୦୨୦ରେ, କରୋନା ମହାମାରୀ ଯୋଗୁ ସଂଯୁକ୍ତ ଆରବ ଏମିରେଟ୍ସର ଦୁବାଇ, ଶାରଜା ଏବଂ ଆବୁଧାବିରେ ଏହା ଆୟୋଜିତ ହୋଇଥିଲା।
୨୦୨୧ରେ, ଏହି ଟି-୨୦ ଟୁର୍ନାମେଣ୍ଟ ଦିଲ୍ଲୀ, ଅହମ୍ମଦାବାଦ, ମୁମ୍ବାଇ ଏବଂ ଚେନ୍ନାଇରେ ଚାରୋଟି ସ୍ଥାନରେ ଆୟୋଜିତ ହୋଇଥିଲା। କିନ୍ତୁ ବର୍ତ୍ତମାନ ମହାମାରୀ ନିୟନ୍ତ୍ରଣରେ ଅଛି ଏବଂ ତେଣୁ ଏହି ଲିଗ ଘରୋଇ ଗ୍ରାଉଣ୍ଡର ପୁରୁଣା ଫର୍ମାଟରେ ଖେଳାଯିବ। ସମସ୍ତ ୧୦ଟି ଦଳ ନିଜ ନିଜ ସ୍ଥାନରେ ନିଜ ଘରୋଇ ମ୍ୟାଚ ଖେଳିବେ ରାଜ୍ୟ ୟୁନିଟକୁ ପଠାଯାଇଥିବା ବାର୍ତ୍ତାରେ ଗାଙ୍ଗୁଲି ଏହା କହିଛନ୍ତି।
ଏହା ବ୍ୟତୀତ ବିସିସିଆଇ ମଧ୍ୟ ବହୁ ପ୍ରତୀକ୍ଷିତ ମହିଳା ଆଇପିଏଲ ଆସନ୍ତା ବର୍ଷ ଆରମ୍ଭରେ ଆୟୋଜନ କରିବାକୁ ଯୋଜନା କରୁଛି। ଗତ ମାସରେ ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ହେବାକୁ ଥିବା ମହିଳା ଟି-୨୦ ବିଶ୍ୱକପ ପରେ ମାର୍ଚ୍ଚ ମାସରେ ମହିଳା ଆଇପିଏଲ ଅନୁଷ୍ଠିତ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?