Posted inଖେଳ

ଆଇପିଏଲ୍‌ର କେଉଁ ଟିମ୍‌ ସହ ଖେଳିବାକୁ ଆଗ୍ରହୀ ଇଂଲଣ୍ଡର ଏହି ମହିଳା କ୍ରିକେଟର୍‌

ଇଂଲଣ୍ଡ ମହିଳା କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ଡାନିଏଲ୍‌ ଓ୍ବେଟ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳ ପକ୍ଷରୁ ଖେଳିବାକୁ ପସନ୍ଦ କରନ୍ତି ବୋଲି କହିଛନ୍ତି। ୨୯ ବର୍ଷୀୟା ଡାନିଏଲ୍‌ କହିଛନ୍ତି, ବାଙ୍ଗାଲୋର ଦଳରେ କ୍ରିସ୍‌ ଗେଲ୍‌, ବିରାଟ କୋହଲି, ମୋଇନ୍‌ ଅଲୀ ଓ ଏବି ଡି ଭିଲର୍ସଙ୍କ ପରି ବିଶ୍ୱର କିଛି ପ୍ରମୁଖ ଖେଳାଳି ରହିଛନ୍ତି। ଏହି କାରଣରୁ ଆର୍‌ସିବିକୁ ଚୟନ କରିବା ଅପେକ୍ଷା ତାଙ୍କ ପାଖରେ ଆଉ କିଛି ବିକଳ୍ପ ନ ଥିଲା ବୋଲି ଡାନିଏଲ୍‌ ନିକଟରେ ଏକ ସାକ୍ଷାତ୍‌କାର ଅବସରରେ ଏହା କହିଛନ୍ତି। ଏହି ସାକ୍ଷାତ୍‌କାରରେ ତାଙ୍କୁ ଯେତେବେଳେ ପଚାରା ଯାଇଥିଲା, ତୁମର ପସନ୍ଦର ଆଇପିଏଲ୍‌ ଦଳ ଯାହା ପକ୍ଷରୁ ତୁମେ ଖେଳିବାକୁ ସ୍ବପ୍ନ ରଖିଛ। ଏହାର ଉତ୍ତରରେ ଡାନିଏଲ୍‌ ଆର୍‌ସିବି ନାମ ନେଇଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ, ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ୨୦୧୯ରେ ଆୟୋଜିତ ହୋଇଥିବା ମହିଳା ଟି୨୦ ଚ୍ୟାଲେଞ୍ଜର ପ୍ରତିଯୋଗିତାରେ ଡାନିଏଲ୍‌ ‘ଭେଲୋସିଟି’ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ଏହି ଦଳରେ ମିଥାଲି ରାଜଙ୍କ ସହ ସେ ଏକାଠି ଖେଳିଥିବାବେଳେ ପ୍ରତିଯୋଗିତାରେ ଭେଲୋସିଟି ରନର୍ସଅପ୍‌ ହୋଇଥିଲା। ଭେଲୋସିଟି ଖେଳିଥିବା ୨ଟି ମ୍ୟାଚ୍‌ରେ ଡାନିଏଲ୍‌ ଦଳର ଟପ୍‌ ସ୍କୋରର ରହିଥିଲେ। ସେହିଭଳି ଚଳିତ ବର୍ଷ ପ୍ରାରମ୍ଭରେ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହୋଇଥିବା ମହିଳା ଟି୨୦ ବିଶ୍ୱକପ୍‌ରେ ଓ୍ବେଟ୍ଟ ଇଂଲଣ୍ଡ ଦଳରେ ସ୍ଥାନ ପାଇଥିଲେ। ସର୍ବଦା ଭାରତୀୟ ଖେଳାଳିଙ୍କ ସହିତ ଯୋଗାଯୋଗରେ ଥିବାରୁ ଓ୍ବେଟ୍ଟ ଭାରତରେ ବେଶ୍‌ ଲୋକପ୍ରିୟ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri