ମୁମ୍ବାଇ, ୨୪।୫: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଆୟୋଜନ ସଂକ୍ରାନ୍ତରେ ଭାରତ ସରକାର ହିଁ ନିଷ୍ପତ୍ତି ନେବେ ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରଣ ରିଜିଜୁ କହିଛନ୍ତି। ଏଥିରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର କୌଣସି ଭୂମିକା ରହିବ ନାହିଁ। ବୋର୍ଡ ଏ ସଂକ୍ରାନ୍ତରେ ନିଷ୍ପତ୍ତି ନେବ ନାହିଁ। କରୋନା ଭାଇରସ ମହମାରୀକୁ କିଭଳି ନିୟନ୍ତ୍ରଣ କରାଯାଇଛି ତାହା ଉପରେ ଆଇପିଏଲ୍ର ଭାଗ୍ୟ ନିର୍ଭର କରିବ ବୋଲି ସେ ସ୍ପଷ୍ଟ କରିଛନ୍ତି।
ସର୍ବସାଧାରଣଙ୍କ ସ୍ବାସ୍ଥ୍ୟକୁ ପ୍ରାଥମିକତା ଦିଆଯିବ। ଯଦି ଏ ନେଇ କୌଣସ ବିପଦ ନ ଥାଏ ତାହାଲେ ଆଇପିଏଲ୍ ଆୟୋଜନ ନେଇ ନିଷ୍ପତ୍ତି ନିଆଯିବ। ମହମାରୀର ସ୍ଥିତିକୁ ମଧ୍ୟ ଆକଳନ କରାଯିବ। ଯଦି ସବୁକିଛି ଠିକ୍ଠାକ୍ ଲାଗେ ତାହାଲେ ସରକାର ଏହି ଲିଗ୍ ନେଇ ନିଷ୍ପତ୍ତି ନେବେ ବୋଲି ରିଜିଜୁ ରବିବାର ଏକ ଟିଭି ଚ୍ୟାନେଲକୁ ସାକ୍ଷାତ୍କାର ଦେବା ଅବସରରେ କହିଛନ୍ତି। ଆମେ ପ୍ରକୃତରେ କୋଭିଡ-୧୯ ବିପକ୍ଷରେ ଲଢେଇ କରୁଛୁ। ଆଇପିଏଲ ଭଳି କ୍ରୀଡ଼ା ଇଭେଣ୍ଟ ଆୟୋଜନ ପାଇଁ ସାରା ଦେଶକୁ ବିପଦରେ ପକାଇବୁ ନାହିଁ। ଟି୨୦ ବିଶ୍ୱକପ୍ ଆୟୋଜନ ନ ହେଲେ ଅକ୍ଟୋବର- ନଭେମ୍ବରରେ ଆଇପିଏଲ୍ ଆୟୋଜନ କରିବାକୁ ବିସିସିଆଇ କହିଥିଲା। ଆଇପିଏଲ୍ ସହିତ ୫୩୦ ମିଲିୟନ ଆମେରିକୀୟ ଡଲାର ସାମିଲ ରହିଛି। ତେଣୁ ଏହା କେବଳ ବିସିସିଆଇ ନୁହଁ ସାରା ବିଶ୍ୱର କ୍ରିକେଟର ଓ ସେମାନଙ୍କ ବୋର୍ଡ ପାଇଁ ବେଶ୍ ଗୁରୁତ୍ୱ ବହନ କରୁଛି।
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…
ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍
ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି
ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି...
Archives


