Posted inଖେଳ

ଆଇପିଏଲ୍‌ କ୍ୟାମ୍ପ ସ୍ଥଗିତ

ନୂଆଦିଲ୍ଲୀ, ୧୬ା୩ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୮ଫ୍ରାଞ୍ଚାଇଜ୍‌ ସେମାନଙ୍କ ପ୍ରି-ଟୁର୍ନାମେଣ୍ଟ କ୍ୟାମ୍ପକୁ ବାତିଲ କରିଛନ୍ତି। କରୋନା ଭାଇରସ୍‌ ଆଶଙ୍କା ଲାଗି ବ୍ୟୟବହୁଳ ଇଭେଣ୍ଟକୁ ମାର୍ଚ୍ଚ ୨୯ରୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯିବାର ୩ ଦିନ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଟ୍ରେନିଂ କ୍ୟାମ୍ପ ପୁଣି କେବେଠାରୁ ହେବ ତାହା ପରେ ଖେଳାଳିମାନଙ୍କୁ ଜଣାଇ ଦିଆଯିବ। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ସୋମବାର ସେମାନଙ୍କ କ୍ୟାମ୍ପ ସ୍ଥଗିତ ଘୋଷଣା କରିଛନ୍ତି। ଏହା ମାର୍ଚ୍ଚ ୨୧ରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଥିଲା। ୩ ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ, ଚେନ୍ନାଇ ସୁପର କିଙ୍ଗ୍ସ ଏବଂ କୋଲକାତା ନାଇଟ ରାଇଡର୍ସ ଇତିମଧ୍ୟରେ ସେମାନଙ୍କ କ୍ୟାମ୍ପ ବାତିଲ କରିସାରିଛନ୍ତି। କରୋନା ଭାଇରସ ଆତଙ୍କ ଯୋଗୁ ସରକାରଙ୍କ ଦ୍ୱାରା ଯାତାୟତରେ କଟକଣା ଜାରି କରିବା ସହ ତିନୋଟି ରାଜ୍ୟ ବର୍ତ୍ତମାନ ପରିସ୍ଥିତିରେ ଆଇପିଏଲ୍‌ ଆୟୋଜନ କରିବା ଲାଗି ରାଜି ନ ହେବାରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଶୁକ୍ରବାର ଆଇପିଏଲ୍‌କୁ ସସ୍‌ପେଣ୍ଡ କରିଥିଲା। ଭାରତରେ ଇତିମଧ୍ୟରେ ୧୧୪ଜଣ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇ ସାରିଥିବାବେଳେ ଦୁଇଜଣଙ୍କର ମୃତ୍ୟୁ ଘଟିସାରିଲାଣି। ମହେନ୍ଦ୍ର ସିଂ ଧୋନୀ ସହର ଛାଡ଼ି ଚାଲିଯିବା ପରେ ୩ଥର ବିଜେତା ଚେନାଇ ସୁପର କିଙ୍ଗ୍ସ ଶନିବାର ଏହାର କ୍ୟାମ୍ପକୁ ସସ୍‌ପେଣ୍ଡ କରିଛି। ପରିସ୍ଥିତିରେ ଯଦି ଉନ୍ନତି ଘଟେ ତେବେ ଏପ୍ରିଲ ୧୫ରେ ଆଇପିଏଲ ଆରମ୍ଭ ହେବ। ଯେଉଁ ରାଜ୍ୟଗୁଡ଼ିକ ମ୍ୟାଚ ଆୟୋଜନ ଲାଗି ରାଜି ହେଉ ନାହାନ୍ତି ସେମାନେ ସବୁଜ ସଂକେତ ଦେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri