Posted inଖେଳ

ଆଇପିଏଲ୍‌ ଦର୍ଶକ ବିନା ହୋଇପାରେ କିନ୍ତୁ ଟି୨୦ ବିଶ୍ୱକପ୍‌ ନୁହେଁ

ମେଲବୋର୍ନ, ୧୩ା୪ (ପି.ଟି.)- ପୁନଃ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ହୁଏତ ବିନା ଦର୍ଶକରେ ହୋଇପାରେ, କିନ୍ତୁ ଟି୨୦ ବିଶ୍ୱକପ୍‌ ଯଥାର୍ଥ ହେବ ନାହିଁ। ଏକ ସାକ୍ଷାତ୍‌କାରରେ ଏକଥା କହିଛନ୍ତି ଅଷ୍ଟ୍ରେଲିଆ ଅଲ୍‌ ରାଉଣ୍ଡର ଗ୍ଲେନ ମାକ୍ସଓ୍ବେଲ। ଷ୍ଟାଡିୟମରେ ଖେଳାଳିମାନଙ୍କୁ ଦର୍ଶକମାନେ ଉତ୍ସାହିତ କରିଥାନ୍ତି। ସେମାନଙ୍କ ଅନୁପସ୍ଥିତିରେ ଖେଳ ଜମିବ ନାହିଁ। କୋଭିଡ୍‌-୧୯ ମହାମାରୀ ବ୍ୟାପିବାରେ ଲାଗିଥିବାରୁ ସମଗ୍ର ବିଶ୍ୱରେ ଇତିମଧ୍ୟରେ ଲକ୍ଷାଧିକ ଲୋକ ପ୍ରାଣ ହରାଇ ସାରିଲେଣି। ଏଭଳି ସଂକଟଜନକ ପରିସ୍ଥିତିରେ ୧୩ ତମ ଆଇପିଏଲ୍‌ ଓ ଟି୨୦ ବିଶ୍ୱକପ୍‌ ଆୟୋଜନ ନେଇ ଅନିଶ୍ଚିତତା ଦେଖା ଦେଇଛି। ଆଇପିଏଲ୍‌ ଆୟୋଜନ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିକଟରେ କେବଳ ଗୋଟିଏ ବିକଳ୍ପ ପନ୍ଥା ରହିଛି। ଯଦି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଟି୨୦ ବିଶ୍ୱକପ୍‌ (ଅକ୍ଟୋବର ୧୮ରୁ ନଭେମ୍ବର ୧୫) ସ୍ଥଗିତ ରଖେ ତେବେ ବିସିସିଆଇ ହୁଏତ ଅକ୍ଟୋବର-ନଭେମ୍ବରରେ ରୁଦ୍ଧଦ୍ୱାରରେ ଆପିଏଲ୍‌ ଆୟୋଜନ କରିପାରେ। କୋଭିଡ୍‌-୧୯ ପାଇଁ ଆଇପିଏଲ ଏପ୍ରିଲ ୧୪ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା। ମାତ୍ର କରୋନା ଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିବାରୁ ଭାରତରେ ଲକ୍‌ଡାଉନ୍‌ ମିଆଦ ବୃଦ୍ଧି କରାଯାଇଛି। ଅନ୍ୟପକ୍ଷରେ ଟି୨୦ ବିଶ୍ୱକପ୍‌ ଅକ୍ଟୋବର-ନଭେମ୍ବରରେ ହେବାର କାର୍ଯ୍ୟକ୍ରମ ରହିଛି। ହେଲେ ଆୟୋଜକ ଅଷ୍ଟ୍ରେଲିଆ ସମେତ ଅନ୍ୟ ଅଂଶଗ୍ରହଣକାରୀ ଦେଶଗୁଡ଼ିକରେ କରୋନା ଭାଇରସ୍‌କୁ କିଭଳି ଭାବେ ନିୟନ୍ତ୍ରଣ କରିପାରୁଛନ୍ତି ତା’ ଉପରେ ସବୁ ନିର୍ଭର କରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri