Posted inଖେଳ

ଆଇପିଏଲ୍‌ ନେଇ କୁମ୍ବଲେ ଆଶାବାଦୀ

ନୂଆଦିଲ୍ଲୀ,୨୮।୫(ପି.ଟି.): ଚଳିତ ବର୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ନେଇ ଭାରତୀୟ ପୂର୍ବତନ ଅଧିନାୟକ ତଥା କିଙ୍ଗ୍ସ ଏକାଦଶ ପଞ୍ଜାବ ହେଡ କୋଚ୍‌ ଅନିଲ କୁମ୍ବଲେ ବେଶ୍‌ ଆଶାଦାବୀ ଅଛନ୍ତି। ବିନା ଦର୍ଶକଙ୍କ ଉପସ୍ଥିତିରେ ଫାଙ୍କା ଷ୍ଟାଡିୟମରେ ଆଇପିଏଲ୍‌ ଆୟୋଜନକୁ ସେ ମଧ୍ୟ ବିରୋଧ କରିନାହାନ୍ତି। ଅବଶ୍ୟ ଆଇପିଏଲ୍‌ ଆୟୋଜନ ନେଇ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ କରାଯାଇନାହିଁ। କିନ୍ତୁ ଏନେଇ ଆକଳନ ଜାରି ରହିଛି। ଅକ୍ଟୋବରରେ ଆଇପିଏଲ ଆୟୋଜନ କରିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚାହୁଛି। କୋଭିଡ୍‌- ୧୯ ମହାମାରୀ ପାଇଁ ଆଇପିଏଲକୁ ପୂର୍ବରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଥିଲା।
ଆଇପିଏଲ୍‌ ନେଇ ଆଶାବାଦୀ ଅଛି ଓ ଏ ନେଇ ସମ୍ଭାବନା ରହିଛି ବୋଲି କୁମ୍ବଲେ ଷ୍ଟାର ସ୍ପୋଟର୍‌ସ ଶୋ ‘କ୍ରିକେଟ କନେକ୍ଟେଡ’କୁ ସାକ୍ଷାତକାର ଦେବା ଅବସରରେ କହିଛନ୍ତି। ଯଦି ଫାଙ୍କା ଷ୍ଟାଡିୟମରେ ଏହା ଆୟୋଜନ ହୁଏ ତେବେ ୩ କିମ୍ବା ୪ଟି ଆଇପିଏଲ୍‌ ସୀମିତ ରହିବ। ତେଣୁ ଆଇପିଏଲ୍‌କୁ ନେଇ ଆମେ ବେଶ୍‌ ଆଶାବାଦୀ ଅଛୁ ବୋଲି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) କ୍ରିକେଟ କମିଟିର ଅଧ୍ୟକ୍ଷ କୁମ୍ବଲେ କହିଛନ୍ତି।
ସେହିପରି ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ ମଧ୍ୟ ସମାନ ମତ ପୋଷଣ କରିଛନ୍ତି। ଯାତ୍ରା ଜନିତ ସମସ୍ୟାକୁ କମାଇବା ପାଇଁ ଏକାଧିକ ଷ୍ଟାଡିୟମ ଥିବା ସହରଗୁଡିକରେ ଆଇପିଏଲ୍‌ ଆୟୋଜନ ହୋଇପାରେ ବୋଲି ସେ ମତ ଦେଇଛନ୍ତି। ଯେଉଁ ୩ କିମ୍ବା ୪ଟି ଷ୍ଟାଡିୟମ ଥିବା ଭେନ୍ୟୁକୁ ଚିହ୍ନଟ କରିବାର ଆବଶ୍ୟକତା ରହିଛି। ବିସିସିଆଇ ଓ ଫ୍ରାଞ୍ଚାଇଜ୍‌ମାନେ ଏ ନେଇ ବ୍ୟବସ୍ଥା କରିବେ ନେଇ ନିଶ୍ଚିତ ଅଛି ବୋଲି ଲକ୍ଷ୍ମଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri