Posted inଖେଳ

ଆଇପିଏଲ୍‌ ପରେ ଭବିଷ୍ୟତ ସମ୍ପର୍କରେ ଧୋନୀ ନିଷ୍ପତ୍ତି ନେବେ

ନୂଆଦିଲ୍ଲୀ, ୨୭।୧୧(ପି.ଟି.)- ଆସନ୍ତାବର୍ଷ ଖେଳାଯିବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ୟାରିୟରର ଭବିଷ୍ୟତ ସମ୍ପର୍କରେ ନିଷ୍ପତ୍ତି ନେବେ। ଧୋନୀଙ୍କ ନିକଟତମ ସୂତ୍ରରୁ ଏହା ଜାଣିବାକୁ ମିଳିଛି। ଧୋନୀଙ୍କ କ୍ୟାରିୟର ଓ ଅବସର ସମ୍ପର୍କରେ ଚର୍ଚ୍ଚା ଚାଲୁରହିଥିବା ବେଳେ ଏ ଭଳି ଖବର ମିଳିଛି। ଇଂଲଣ୍ଡରେ ଖେଳାଯାଇଥିବା ଗତ ବିଶ୍ୱକପ୍‌ ସେମିଫାଇନାଲରେ ଭାରତ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହେବା ପରେ ଧୋନୀ ବିଶ୍ରାମ ନେଇଛନ୍ତି। ସେ ଓ୍ବେଷ୍ଟଇଣ୍ଡିଜ ଗସ୍ତ ଏବଂ ଦକ୍ଷିଣ ଆଫ୍ରିକା ଓ ବାଂଲାଦେଶ ବିପକ୍ଷ ଘରୋଇ ସିରିଜରେ ସାମିଲ ହୋଇ ନ ଥିଲେ। ଆଇପିଏଲ୍‌ ପରେ ସେ କ୍ୟାରିୟରର ଭବିଷ୍ୟତ ସମ୍ପର୍କରେ ଯାହା କିଛି ନିଷ୍ପତ୍ତି ନେବେ। ତେବେ ଏ ନେଇ ହେଉଥିବା ଚର୍ଚ୍ଚାକୁ ରୋକି ହେବ ନାହଁି ବୋଲି କୁହାଯାଇଛି। ତେବେ ସେ ଆଇପିଏଲ୍‌ ପୂର୍ବରୁ କେତୋଟି ମ୍ୟାଚ୍‌ ଖେଳୁଛନ୍ତି ତାହା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ।
ଚେନ୍ନାଇ ସୁପର କିଙ୍ଗ୍ସର ନେତୃତ୍ୱ ନେଇ ଆସୁଥିବା ୩୮ ବର୍ଷୀୟ ଧୋନୀ ଆଗାମୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସୀମିତ ଓଭର ସିରିଜରେ ମଧ୍ୟ ସାମିଲ ହେବେ ନାହିଁ। ଆସନ୍ତା ୬ ତାରିଖରୁ ୩ଟି ଟି୨୦ ଓ ୩ଟି ଦିନିକିଆ ମ୍ୟାଚ୍‌ ବିଶିଷ୍ଟ ସିରିଜ ଖେଳାଯିବ।
ଉଲ୍ଲେଖଥାଉ କି, ଧୋନୀଙ୍କ ନେତୃତ୍ୱରେ ଭାରତ ଦିନିକିଆ ବିଶ୍ୱକପ୍‌, ଟି୨୦ ବିଶ୍ୱକପ୍‌ ଟାଇଟଲ ହାସଲ କରିଛି। ସେ ଏପର୍ଯ୍ୟନ୍ତ ୯୦ଟି ଟେଷ୍ଟ, ୩୫୦ଟି ଦିନିକିଆ ଓ ୯୮ଟି ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ ଖେଳି ମୋଟ ଉପରେ ୧୭,୦୦୦ ରନ ସଂଗ୍ରହ କରିଛନ୍ତି। ସେ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଉଇକେଟକିପର ଭାବେ ପରିଗଣିତ ହେଉଛନ୍ତି। ସୀମିତ ଓଭରରେ ସେ ୫୦୦ଟି ଓ ଟେଷ୍ଟ ୩୦୦ଟି ଡିସ୍‌ମିସାଲ କରି ରେକର୍ଡ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri