Posted inଖେଳ

ଆଇପିଏଲ୍‌ ଲାଗି ଏସିଆ କପ୍‌ କାର୍ଯ୍ୟସୂଚୀ ପରିବର୍ତ୍ତନ ଗ୍ରହଣୀୟ ନୁହଁ: ପିସିବି

କରାଚି,୨୪।୪ (ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ସ୍ଥଗିତ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ପାଇଁ ଏସିଆ କପ୍‌ କାର୍ଯ୍ୟସୂଚୀରେ ପରିବର୍ତ୍ତନକୁ ଗ୍ରହଣ କରିବୁ ନାହିଁ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ତରଫରୁ କୁହାଯାଇଛି। ଏ ନେଇ ପିସିବି ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଓ୍ବାସିମ ଖାନ୍‌ କହିଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆସନ୍ତା ସେପ୍ଟେମ୍ବରରେ ଏସିଆ କପ୍‌ ଟି୨୦ ଟୁର୍ନାମେଣ୍ଟ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ କରିବାକୁ ପିସିବି ଆଶବାଦୀ ଅଛି। ତେବେ କରୋନ ଭାଇରସ ସଂକ୍ରମଣ ନେଇ ସ୍ଥିତି ସ୍ବାଭାବିକ ହେବା ଜରୁରି ବୋଲି ସେ କହିଛନ୍ତି। ସ୍ବାସ୍ଥ୍ୟ ନିରାପତ୍ତାକୁ ଆମେ ପ୍ରଥମିକତା ଦେବୁ। କିନ୍ତୁ ଆଇପିଏଲ ଆୟୋଜନ ପାଇଁ ଆମେ ଏସିଆକପ୍‌ କାଯ୍ୟସୂଚୀରେ ପରିବର୍ତ୍ତନ କରିବୁ ନାହିଁ ବୋଲି ଖାନ୍‌ ଜିଟିଭ ନୁଉଜ୍‌ ଚ୍ୟାନେଲକୁ ସାକ୍ଷାତକାର ଦେବା ଅବସରରେ କହିଛନ୍ତି।
ଏସିଆ କପ୍‌କୁ ନଭେମ୍ବର- ଡିସେମ୍ବରରେ ଆୟୋଜନ କରିବା ନେଇ ଚର୍ଚ୍ଚା ହେଉଥିବା ଶୁଣିବାକୁ ପାଉଛୁ। କିନ୍ତୁ ଆମ ପାଇଁ ଏହା ଅଦୌ ସମ୍ଭବ ନୁହଁ। ଭାରତର ପାକିସ୍ତାନ ଘରୋଇ ପରିବେଶରେ ଜିମ୍ବାଓ୍ବେ ବିପକ୍ଷରେ ସିରିଜ ଖେଳିବ। ଏହାପରେ ନଭେମ୍ବର- ଡିସେମ୍ବରରେ ନ୍ୟୁଜିଲାଣ୍ଡ ଗସ୍ତ କରିବ। ତେଣୁ ଏହି ସମୟରେ ଏସିଆ କପ୍‌ ଆୟୋଜନ କରାଗଲେ ପିସିବି ଏହାକୁ ସମର୍ଥନ କରିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।
ଉଲ୍ଲେଖଥାଉ କି, କୋଭିଡ୍‌- ୧୯ ସଂକ୍ରମଣ କାରଣରୁ ଆଇପିଏଲ୍‌କୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ଯଦି ସ୍ଥିତି ସ୍ବାଭାବିକ ହୁଏ, ତେବେ ଆଇପିଏଲ୍‌ ଚଳିତ ବର୍ଷ ଶେଷ ଆଡକୁ ଆୟୋଜନ ହେବ ବୋଲି ଆକଳନ କରାଯାଉଛି। ଗୁରୁବାର ଅନୁଷ୍ଠିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମୁଖ୍ୟ କାର୍ଯ୍ୟନିର୍ବାହୀଙ୍କ ବୈଠକରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପ୍ରତିନିଧିମାନେ ଆଇପିଏଲ୍‌ ଓ୍ବିଣ୍ଡୋ ନେଇ କୌଣସି କଥା ଉଠାଇ ନ ଥିଲେ ଖାନ୍‌ କହିଛନ୍ତି। ପୁଣି ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ନେଇ ମଧ୍ୟ ଅନିଶ୍ଚିତତା ଜାରି ରହିଛି। ଏବେଠାରୁ କିଛି କହିବା ସମ୍ଭବ ନୁହଁ। ଖେଳାଳି ଓ ପ୍ରଶଂସକଙ୍କ ସ୍ବାସ୍ଥ୍ୟ ଓ ନିରାପତ୍ତାକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ଖାନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ...

ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଘରକୁ ଡାକି ବଳାତ୍କାର କରିଥିଲେ ବୃଦ୍ଧ, ହେଲା ଆଜୀବନ କାରାଦଣ୍ଡ

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦...

IND vs SA: ମ୍ୟାଚ ହାରିବା ପରେ ଭୁଲ ମାନିଲେ ସୂର୍ଯ୍ୟକୁମାର ଯାଦବ, ଗିଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ୧୨।୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ଟିମ୍ ଇଣ୍ଡିଆ ୫୧ ରନରେ ପରାଜୟ ବରଣ କରିଥିଲା। ଏହି ପରାଜୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସବୁଠାରୁ ନିରାଶ...

ପେସାରେ ଅଧ୍ୟାପନା, ନିଶାରେ କଳା ସାଧନା

ଲୋଇସିଂହା,୧୨।୧୨(ସୁଶାନ୍ତ ବାରିକ): ପେଶା ତାଙ୍କର ଅଧ୍ୟାପନା, ନିଶା କଳା ସାଧନା କରିବା ା ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଅଧ୍ୟାପକ ଡ. ଲିଙ୍ଗରାଜ ମେହେର। ସେ...

ମହିଳାଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା, ସମ୍ପର୍କୀୟ ଶ୍ୱଶୁରଙ୍କୁ ଅଧାଲଣ୍ଡା କରି…

ଭବାନୀପାଟଣା, ୧୨ା୧୨ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ବାଦିଲି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ପଡ଼ାର...

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri