Posted inଖେଳ

ଆଇପିଏଲ୍‌ ହେଲେ ଖେଳିବେ ଓ୍ବାର୍ନର

ମେଲବୋର୍ନ, ୨୦।୩(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୩ତମ ସଂସ୍କରଣ ନେଇ ଅନିଶ୍ଚିତତା ଜାରି ରହିଛି। ଯଦି ବିଶ୍ୱର ସବୁଠୁ ବିତ୍ତଶାଳୀ କ୍ରିକେଟ ଲିଗ୍‌ ଅନୁଷ୍ଠିତ ହୁଏ, ତେବେ ବିସ୍ଫୋରକ ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଡେଭିଡ୍‌ ଓ୍ବାର୍ନର ଖେଳିବେ। ଗୁରୁବାର ଏହା ସ୍ପଷ୍ଟ କରିଛନ୍ତି ତାଙ୍କ ମ୍ୟାନେଜର। କରୋନା ଭାଇରସ ବିଭିନ୍ନ ଦେଶରେ ଏପର୍ଯ୍ୟନ୍ତ ୯୦୦୦ ଜୀବନ ନେଇ ସାରିଲାଣି। ଆଉ ଏଥିରେ ୨ ଲକ୍ଷରୁ ଅଧିକ ଲୋକ ଆକ୍ରାନ୍ତ। ଏହି କାରଣରୁ ଚଳିତ ମାସ ୩୦ରୁ ଆରମ୍ଭ ହେବାକୁ ଥିବା ଆଇପିଏଲକୁ ଏପ୍ରିଲ ୧୫ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଅଷ୍ଟ୍ରେଲିଆ ସରକାର ବିଦେଶ ଗସ୍ତ ଉପରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବ୍ୟାନ ଲଗାଇଛନ୍ତି। ଏହାସତ୍ତ୍ୱେ ଓ୍ବାର୍ନରଙ୍କ ମ୍ୟାନେଜର ଜେମ୍ସ ଇର୍ସକାଇନ କହିଛନ୍ତି, ଆଇପିଏଲ ଅନୁଷ୍ଠିତ ହେଲେ ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଖେଳିବେ। ଅଷ୍ଟ୍ରେଲିଆର ମୋଟ ୧୭ ଜଣ ଖେଳାଳି ଆଇପିଏଲରେ ଖେଳିବାକୁ ଚୁକ୍ତି କରିଥିବା କ୍ରିକେଟ ଅଷ୍ଟ୍ରେଲିଆ ପକ୍ଷରୁ ପ୍ରକାଶ କରାଯାଇଛି। ଓ୍ବାର୍ନରଙ୍କୁ ଛାଡ଼ିଦେଲେ ଆଉ ଷ୍ଟିଭେନ ସ୍ମିଥ, ପ୍ୟାଟ କୁମିନ୍ସ, ଗ୍ଲେନ ମ୍ୟାକ୍ସଓ୍ବେଲଙ୍କ ସମେତ ୧୬ ଜଣ ଖେଳାଳି ଭାରତ ଗସ୍ତ କରିବେ କି ନାହିଁ ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri