Posted inଖେଳ

ଆଇପିଏଲ୍‌-୧୩ ଆୟୋଜନ ପାଇଁ ୟୁଏଇର ପ୍ରସ୍ତାବ

ମୁମ୍ବାଇ,୧୧।୫- କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଠିକ୍‌ ସମୟରେ ଆରମ୍ଭ ହୋଇ ପାରିନାହିଁ । ଭାରତରେ କରୋନା ଭାଇରସ ସଂକ୍ରମଣ ବଢ଼ୁଥିବାରୁ ଆଗାମୀ ଦିନରେ ଏହା କେବେ ଆରମ୍ଭ ହେବ ତାହା ମଧ୍ୟ ଠିକ୍‌ ହୋଇ ପାରୁନାହିଁ। ଏପରି ସ୍ଥିତିରେ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ) ଆଇପିଏଲର ୧୩ତମ ସଂସ୍କରଣ ଆୟୋଜନ ପାଇଁ ପ୍ରସ୍ତାବ ଦେଇଛି। ତେବେ ଏପର୍ଯ୍ୟନ୍ତ କିଛି ନିଷ୍ପତ୍ତି ହୋଇନାହିଁ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) କୋଷାଧ୍ୟକ୍ଷ ଅରୁଣ ଧୁମଲ ପ୍ରକାଶ କରିଛନ୍ତି। ପୂର୍ବରୁ ଆଇପିଏଲ ଥରେ ସମ୍ପୂର୍ଣ୍ଣ ଭାବରେ ଏବଂ ଥରେ ଆଂଶିକଭାବେ ଭାରତ ବାହାରେ ଅନୁଷ୍ଠିତ ହୋଇଛି। ୨୦୦୯ରେ ଏହି ଟି୨୦ ପ୍ରତିଯୋଗିତା ଦକ୍ଷିଣ ଆଫ୍ରିକାରେ ଆୟୋଜିତ ହୋଇଥିଲା। ସେହିପରି ୨୦୧୪ରେ ଲିଗ୍‌ର କିଛି ଅଂଶ ୟୁଏଇରେ ଖେଳାଯାଇଥିଲା। କରୋନା ଭାଇରସରେ ସଂକ୍ରମିତଙ୍କ ସଂଖ୍ୟା ୬୦,୦୦୦ ଟପିଥିବାରୁ ଭାରତରେ ଆଇପିଏଲ ହେବା ସମ୍ଭାବନା କ୍ଷୀଣ। ପ୍ରକାଶ ଯୋଗ୍ୟ ଯେ, ପୂର୍ବରୁ ଆଇପିଏଲ୍‌-୧୩ ଆୟୋଜନ ପାଇଁ ଶ୍ରୀଲଙ୍କା ପ୍ରସ୍ତାବ ଦେଇଥିଲା। ମାତ୍ର ବିସିସିଆଇ ପକ୍ଷରୁ ଏ ସମ୍ପର୍କରେ କିଛି ଚୂଡ଼ାନ୍ତ ନିଷ୍ପତ୍ତି ନିଆ ଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri