ଆଇପିଏଲ ପୂର୍ବରୁ ଚମକିଲେ ଯଶସ୍ବୀ

ମୁମ୍ବାଇ,୨୪ା୨- ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଜବରଦସ୍ତ ପ୍ରଦର୍ଶନ କରିବା ପରେ ଯଶସ୍ବୀ ଜୈସ୍ବାଲ ଭଲ ଫର୍ମ ଜାରି ରଖିଛନ୍ତି। ୨.୪ କୋଟି ଟଙ୍କାରେ ବିକ୍ରି ହୋଇଥିବା ଜସଶ୍ୱୀ ୧୯ ବର୍ଷରୁ କମ୍‌ ସି.କେ.ନାଇଡୁ ଟ୍ରଫିର କ୍ୱାର୍ଟର ଫାଇନାଲରେ ମାରାଥନ ଶତକୀୟ ଇନିଂସ ଖେଳିଛନ୍ତି। ଏଥିଯୋଗୁ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ପୁଡୁଚେରୀ ବିପକ୍ଷ ମ୍ୟାଚ୍‌ରେ ମୁମ୍ବାଇ ବଡ଼ ସ୍କୋର ଛିଡ଼ା କରିଛି। ଜୁନିୟର ବିଶ୍ୱକପ୍‌ ଇଭେଣ୍ଟରେ ପ୍ଲେୟାର ଅଫ୍‌ ଦି ଇୟର ପୁରସ୍କାର ପାଇବା ପରେ ପ୍ରଥମ ମ୍ୟାଚ୍‌ ଖେଳୁଥିବା ଜଶସ୍ବୀ ଅଳ୍ପକେ ଦ୍ୱିଶତକରୁ ବଞ୍ଚତ୍ତ ହୋଇଛନ୍ତି। ସେ ୨୪୩ ବଲର ସମ୍ମୁଖୀନ ହୋଇ ୧୮୫ (୧୯ ଚୌକା ଓ ଗୋଟିଏ ଛକା) ରନ୍‌ କରିଥିଲେ। ଅଧିନାୟକ ହାର୍ଦ୍ଦିକ ତାମୋର ୮୬ ଓ ସର୍ଫାଜ ଖାଁ (୬୦)ଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ମୁମ୍ବାଇ ପ୍ରଥମ ଇନିଂସରେ ୨୪୦ ରନ୍‌ର ଅଗ୍ରଣୀ ହାସଲ କରିଛି। ମୁଁ ମୁମ୍ବାଇ ପାଇଁ ଖେଳୁଛି। ଭଲ ପ୍ରଦର୍ଶନ କରିବା ପାଇଁ ମୁଁ ଉତ୍ସାହିତ ଅଛି। ଶତକ କରିଥିବାରୁ ମୁଁ ବହୁତ ଖୁସି। ମ୍ୟାଚ୍‌ ପୂର୍ବରୁ ମୁମ୍ବାଇ ଦଳର ମୁଖ୍ୟ ଚୟନକର୍ତ୍ତା ମିଲିନ୍ଦ ରେଗେ ଓ ସଞ୍ଜୟ ପାଟିଲ କଥା ହୋଇଥିଲେ ବୋଲି ଜଶସ୍ବୀ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଜସଶ୍ୱୀ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଏକ ଶତକ ସହ ୪ ଅର୍ଦ୍ଧଶତକ ହାସଲ କରିଥିଲେ। ତାଙ୍କୁ ରାଜସ୍ଥାନ ରୟାଲ୍ସ କିଣିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri