Posted inଜାତୀୟ

‘ଆଇପିସି, ସିଆର୍‌ପିସିରେ ହେବ ପରିବର୍ତ୍ତନ’

ନୂଆଦିଲ୍ଲୀ,୯ା୧୨(ପି.ଟି.): ବଳତ୍କାର ଭଳି ଘୃଣ୍ୟ ଅପରାଧ ସମେତ ଫୌଜଦାରି ମାମଲାରେ ନ୍ୟାୟ ମିଳିବାରେ ବିଳମ୍ବକୁ ନେଇ ବିତର୍କ ଚାଲିଥିବାବେଳେ ଆଇପିସି ଏବଂ ସିଆର୍‌ପିସିରେ ସଂଶୋଧନ ଆଣିବାକୁ କେନ୍ଦ୍ରର ଏନ୍‌ଡିଏ ସରକାର ସଂକଳ୍ପବଦ୍ଧ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ଦେଶ ପାଇଁ ଅଧିକ ସହାୟକ ହେଲାଭଳି ସଂଶୋଧନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସବୁ ରାଜ୍ୟ ସରକାରଙ୍କଠାରୁ ମତାମତ ଲୋଡିଛି।
ପୁଣେଠାରେ ପୋଲିସ ଡିଜି ଏବଂ ଆଇଜିମାନଙ୍କ ୫୪ତମ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ଶାହା କହିଥିଲେ, ଦେଶର ଗଣତାନ୍ତ୍ରିକ ବ୍ୟବସ୍ଥା ଲାଗି ଅଧିକ ସହାୟକ ହୋଇପାରିବା ଭଳି ସଂଶୋଧନ ଆଇପିସି ଏବଂ ସିଆର୍‌ପିସିରେ କରାଯିବ। ୨୦୧୨ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଦୋଷୀଙ୍କୁ ଏପର୍ଯ୍ୟନ୍ତ ଦଣ୍ଡ ମିଳିନାହିଁ। ସେହିପରି ଅନ୍ୟ ଘୃଣ୍ୟ ଅପରାଧଗୁଡିକରେ ମଧ୍ୟ ନ୍ୟାୟ ମିଳିବାରେ ବିଳମ୍ବକୁ ନେଇ ବିଭିନ୍ନ ଫୋରମରେ ଆଲୋଚନା ହେଉଛି। ହାଇଦ୍ରାବାଦର ମହିଳା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ମାମଲାରେ ୪ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟରରେ ମାରିଦିଆଯିବା ଘଟଣାକୁ ନେଇ ଦେଶବ୍ୟାପୀ ବିତର୍କ ଲାଗି ରହିଛି। ଶନିବାର ଯୋଧପୁରଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍‌.ଏ. ବୋବ୍‌ଡେ କହିଥିଲେ, ତ୍ୱରିତ ନ୍ୟାୟ ପ୍ରଦାନ କରାଯାଇପାରିବ ନାହିଁ। ନ୍ୟାୟ ପ୍ରତିଶୋଧରେ ପରିଣତ ହେଲେ ତାହା ନିଜର ବିଶେଷତ୍ୱ ହରାଇବ ବୋଲି ସିଜେଆଇ ଚେତାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…

ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ​​ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri