ଆଇଫୋନ୍‌ ଆପ୍ପଲକୁ ସେଓ ବୁଝି ସୋସିଆଲ ମିଡିଆରେ ଟ୍ରୋଲ୍‌ ହେଲେ ପାକିସ୍ତାନି ଉପସ୍ଥାପିକା

ଇସ୍‌ଲାମାବାଦ,୮।୭: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ପାକିସ୍ତାନି ଉପସ୍ଥାପିକା ଟେଲିଭିଜନରେ ଚାଲୁଥିବା ଚର୍ଚ୍ଚା ସମୟରେ ପ୍ୟାନେଲିଷ୍ଟ ଟେକ୍ନୋଲୋଜି ବିଷୟରେ ଆଲୋଚନା କରୁଥିବା ବେଳେ ଆପ୍ପଲ ଫୋନ୍‌ କଥା ଉଠାଇଥିଲେ। ହେଲେ ଉପସ୍ଥାପିକା ଜଣକ ଏହାକୁ ସେଓ ବୋଲି ବୁଝି ନେଇଥିଲେ। ଏହି ଭିଡିଓକୁ ଖବରଦାତା ନାୟଲା ଇନାୟନ ସୋସିଆଲ ମିଡିଆରେ ଶେୟାର କରିବାରୁ ଏବେ ଏହା ଭାଇରାଲ ହୋଇଛି। ସୂଚନା ଅନୁଯାୟୀ, ଉକ୍ତ ଭିଡିଓରେ ଉପସ୍ଥାପିକା ଜଣକ ପ୍ୟାନେଲରେ ଉପସ୍ଥିତ ଥିବା ଜଣେ ଅତିଥିଙ୍କ ସହ କଥା ହେଉଥିବା ଦେଖିବାକୁ ମିଳିଛି। ଏହି ସମୟରେ ପାକିସ୍ତାନର ଆର୍ଥିକ ସ୍ଥିତି ଉପରେ ଆଲୋଚନା ହେଉଥିଲା। ଅତିଥି ଜଣଙ୍କ ପାକିସ୍ତାନରେ ବାର୍ଷିକ ବଜେଟର ତୁଳନା କରି ଆପ୍ପଲ ଫୋନର ବ୍ୟବସାୟ ସର୍ବାଧିକ ବୋଲି କହିଥିଲେ। ଆଉ ଏହାକୁ ଉପସ୍ଥାପିକା ଜଣକ ସେଓ ବୋଲି ବୁଝି ନେଇ କହିଥିଲେ, ହଁ ମୁଁ ବି ଜାଣିଛି କି ପାକିସ୍ତାନରେ ଗୋଟିଏ ସେଓର ଦାମ୍‌ ବହୁତ ମହଙ୍ଗା ହୋଇଯାଇଥିଲା। ଏହାପରେ ଷ୍ଟୁଡିଓରେ ଉପସ୍ଥିତ ଥିବା ଅତିଥି ଏହାକୁ ଠିକ୍‌ କରି କହିଥିଲେ କି ସେ ଟେକ୍ନୋଲଜି କମ୍ପାନୀ ଆପ୍ପଲ କଥା କହୁଛନ୍ତି। ଏହାପରେ ଉପସ୍ଥାପିକା ଜଣଙ୍କ ନିଜର ଭୁଲ୍‌ ବୁଝିପାରି ହସିଦେବା ସହ ଆଲୋଚନାକୁ ଆଗକୁ ବଢାଇଥିଲେ। ହେଲେ ସେହି ସମୟର ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ୍‌ ହେବା ପରେ ଉପସ୍ଥାପିକା ଜଣଙ୍କ ଟ୍ରୋଲ୍‌ର ଶିକାର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?