ଆଇସିଏସ୍‌ଇ, ଆଇଏସ୍‌ସି ପରୀକ୍ଷା ବାତିଲ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ୍‌ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ବୋର୍ଡ ଦ୍ୱାରା ପରିଚାଳିତ ଦଶମ (ଆଇସିଏସ୍‌ଇ) ଓ ଦ୍ୱାଦଶ (ଆଇଏସ୍‌ସି) ଶ୍ରେଣୀ ପରୀକ୍ଷାକୁ ବାତିଲ କରିଦିଆଯାଇଛି। ଛାତ୍ରୀଛାତ୍ର ଓ ଶିକ୍ଷକମାନଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ ଦେଇ ମାର୍ଚ୍ଚ ୧୯ରୁ ୩୧ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉଭୟ ଶ୍ରେଣୀର ପରୀକ୍ଷାକୁ ବାତିଲ କରାଯାଇଛି। ବାତିଲ ହୋଇଥିବା ପରୀକ୍ଷାଗୁଡ଼ିକ କେବେ ହେବ ସେନେଇ ପରବର୍ତ୍ତୀ ସମୟରେ ବିଜ୍ଞପ୍ତି ପ୍ରକାଶ ପାଇବ। ଶିକ୍ଷାନୁଷ୍ଠାନର ମୁଖ୍ୟମାନେ ଏ ନେଇ ଛାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷକମାନଙ୍କୁ ଅବଗତ କରାଇବା ପାଇଁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସିଆଇଏସ୍‌ସିଇ ଅଧୀନରେ ଓଡ଼ିଶାରେ ମୋଟ ୯୬ଟି ବିଦ୍ୟାଳୟ ଥିବାବେଳେ ଉଭୟ ଶ୍ରେଣୀର ପ୍ରାୟ ୮ ହଜାର ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଥାନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri