ଆଇସିଏସ୍‌ଇ, ଆଇଏସ୍‌ସି ପରୀକ୍ଷା ବାତିଲ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ୍‌ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ବୋର୍ଡ ଦ୍ୱାରା ପରିଚାଳିତ ଦଶମ (ଆଇସିଏସ୍‌ଇ) ଓ ଦ୍ୱାଦଶ (ଆଇଏସ୍‌ସି) ଶ୍ରେଣୀ ପରୀକ୍ଷାକୁ ବାତିଲ କରିଦିଆଯାଇଛି। ଛାତ୍ରୀଛାତ୍ର ଓ ଶିକ୍ଷକମାନଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ ଦେଇ ମାର୍ଚ୍ଚ ୧୯ରୁ ୩୧ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉଭୟ ଶ୍ରେଣୀର ପରୀକ୍ଷାକୁ ବାତିଲ କରାଯାଇଛି। ବାତିଲ ହୋଇଥିବା ପରୀକ୍ଷାଗୁଡ଼ିକ କେବେ ହେବ ସେନେଇ ପରବର୍ତ୍ତୀ ସମୟରେ ବିଜ୍ଞପ୍ତି ପ୍ରକାଶ ପାଇବ। ଶିକ୍ଷାନୁଷ୍ଠାନର ମୁଖ୍ୟମାନେ ଏ ନେଇ ଛାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷକମାନଙ୍କୁ ଅବଗତ କରାଇବା ପାଇଁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସିଆଇଏସ୍‌ସିଇ ଅଧୀନରେ ଓଡ଼ିଶାରେ ମୋଟ ୯୬ଟି ବିଦ୍ୟାଳୟ ଥିବାବେଳେ ଉଭୟ ଶ୍ରେଣୀର ପ୍ରାୟ ୮ ହଜାର ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଥାନ୍ତେ।