Posted inଖେଳ

ଆଇସିସି ଗାଇଡ୍‌ ଲାଇନ୍‌ ପାଳନ କରିବା ସହଜ ନୁହେଁ: ବ୍ରେଟ୍‌ ଲି

ନୂଆଦିଲ୍ଲୀ,୨୩।୫: କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିଥିବାବେଳେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଗାଇଡ୍‌ଲାଇନ୍‌ ତଥା ନିର୍ଦ୍ଦେଶନାମା ପାଳନ କରିବା ସହଜ ନୁହେଁ ବୋଲି ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ବ୍ରେଟ୍‌ ଲି କହିଛନ୍ତି। ବଲରେ ଲାଳ ଲଗାଇବାକୁ ଆଇସିସି ବାରଣ କରିଛି। ତେବେ ଏହାକୁ ବ୍ୟବହାରିକ ଭାବେ ଲାଗୁ କରିବା ସେତେଟା ସହଜ ନୁହଁ ବୋଲି ସେ ସ୍ପଷ୍ଟ କରିଛନ୍ତି।
ଅନିଲ କୁମ୍ବଲେଙ୍କ ଅଧ୍ୟକ୍ଷତାରେ ଆଇସିସି କ୍ରିକେଟ କମିଟି ଏହି ମହାମାରୀ ପାଇଁ ବଲ୍‌ରେ ଲାଳ ନ ଲଗାଇବାକୁ ପରାମର୍ଶ ଦେଇଛି। ଏହି ନିର୍ଦ୍ଦେଶନାମା ଶୁକ୍ରବାର ଜାରି କରାଯାଇଛି। ବଲକୁ ଚମ୍‌କାଇବା ପାଇଁ ଲାଳ ବ୍ୟବହାର ନ କରିବାକୁ କୁହାଯାଇଛି। ଜଣେ ବୋଲର ପୂରା ଜୀବନ ୮,୯,୧୦ ବର୍ଷ ବଲରେ ଲାଳ ଲଗାଇ ଆସିଛି। ଅଙ୍ଗୁଳିରେ ଛେପ ଲଗାଇ ବଲକୁ ଚମ୍‌କାଇବାକୁ ପ୍ରୟାସ କରିଆସିଛି। ଏଭଳି ସ୍ଥିତିରେ ଏହାକୁ ରାତାରାତି ଏପରି ନ କରିବା ବା ଭୁଲିବା ସମ୍ଭବ ନୁହେଁ। ତେଣୁ ଆଇସିସି ଏଥିରେ ନିୟମ କୋହଳ କରିବା ଉଚିତ୍‌। ଏ ସଂକ୍ରାନ୍ତରେ ଲିଙ୍କୁ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌ ଡୁପ୍ଲେସି ସମର୍ଥନ ଜଣାଇଛନ୍ତି। ଫିଲ୍ଡରମାନଙ୍କୁ ମଧ୍ୟ ଏହି ନିୟମ ପାଳନ କରିବାକୁ ହେବ। ଭାରତୀୟ ଅଭିଜ୍ଞ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ମଧ୍ୟ ସମାନ କଥା କହିଛନ୍ତି। ବଲରେ ଲାଳ ଲଗାଇବା ଏକ ଅଭ୍ୟାସରେ ପରିଣତ ହୋଇଛି। ତେଣୁ ହଠାତ୍‌ ଏହି ଅଭ୍ୟାସ ଛାଡିବା ଏକ ବଡ଼ ଚ୍ୟାଲେଞ୍ଜ୍‌ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri