Categories: ଖେଳ

ଆଇସିସି ଟି୨୦ ମହିଳା ବିଶ୍ୱକପ୍‌: ଟସ୍‌ ଜିତି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି

ମେଲବୋର୍ନ, ୮।୩(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ବିଶ୍ୱକପ୍‌ରେ ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମୁହଁାମୁହିଁ ହୋଇଛନ୍ତି। ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ରେ ରବିବାର ଆରମ୍ଭ ହୋଇଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଦୁଇ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ। ହରମନପ୍ରୀତ କୌରଙ୍କ ନେତୃତ୍ୱରେ ଭାରତ ପ୍ରଥମଥର ପାଇଁ ଏହି ମେଗା ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛି ଓ ଟାଇଟ ହାସଲ ଲକ୍ଷ୍ୟରେ ରହିଛି।

Share