Posted inଖେଳ

ଆଇସିସି ଟି୨୦ ମହିଳା ବିଶ୍ୱକପ୍‌: ନୀତୀନ ଏକମାତ୍ର ଭାରତୀୟ ଅମ୍ପାୟର

ଦୁବାଇ, ୧୨।୨ (ପି.ଟି.):  ଆଇସିସି ଟି୨୦ ମହିଳା ବିଶ୍ୱକପ୍‌ର ଆଗାମୀ ୭ମ ସଂସ୍କରଣ ଚଳିତ ମାସ ୨୧ରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବ। ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟ ଲାଗି ବୁଧବାର ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ମ୍ୟାଚ୍‌ ପରିଚାଳନା ଲାଗି ଅମ୍ପାୟର ତାଲିକା ପ୍ରକାଶ ପାଇଛି। ଏକମାତ୍ର ଭାରତୀୟ ଭାବେ ନୀତୀନ ମେମୋନ ଏହି ତାଲିକାରେ ସ୍ଥାନ ପାଇଛନ୍ତି। ସେହିଭଳି ଆଶ୍ଚର୍ଯ୍ୟଜନକ ଭାବେ ୬ ଜଣ ମହିଳାଙ୍କୁ ଏଥିରେ ସାମିଲ କରାଯାଇଛି। ସେମାନେ ହେଲେ ଲୌରେନ ଆଗେନବାଗ୍‌, କିମ୍‌ କଟ୍ଟନ, କ୍ଲେୟାର ପୋଲୋସାକ, ସୁଏ ରେଡ୍‌ଫେର୍ନ ଓ ଜ୍ୟାକ୍‌ଲିନ ଓ୍ବିଲିୟମ୍ସ। ଭାରତ ଓ ଘରୋଇ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ହାଇଫ୍ରୋଫାଇଲ ଉଦ୍‌ଘାଟନୀ ମୁକାବିଲାରେ ଶନ୍‌ ଜର୍ଜଙ୍କ ସହ ଜ୍ୟାକ୍‌ଲିନ୍‌ ଫିଲ୍ଡ ଅମ୍ପାୟର ଦାୟିତ୍ୱ ତୁଲାଇବେ ବୋଲି ଆଇସିସି ପକ୍ଷରୁ କୁହାଯାଇଛି। ସେହିଭଳି ଫେବୃୟାରୀ ୨୨ରେ ପୂର୍ବତନ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜ ଓ ନବାଗତ ଥାଇଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍‌ରେ ମେନନ୍‌ଙ୍କ ସହ ପୋଲୋସାକ୍‌ ଅମ୍ପାୟର ଭୂମିକାରେ ଅବତୀର୍ଣ୍ଣ ହେବେ। ପୂର୍ବରୁ ପ୍ରଥମ ମହିଳା ଭାବେ ଭାରତର ଜି.ଏସ୍‌. ଲକ୍ଷ୍ମୀଙ୍କୁ ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତା ଲାଗି ରେଫରି ମନୋନୀତ କରାଯାଇଥିଲା। ଏମିରେଟ୍ସ ଆଇସିସି ଏଲିଟ୍‌ ପ୍ୟାନେଲ୍‌ର ମ୍ୟାଚ୍‌ ରେଫରି କ୍ରିସ୍‌ ବ୍ରଡ୍‌ ସବୁଠୁ ସିନିୟର ଭାବେ ରେଫରି ତାଲିକାରେ ରହିଛନ୍ତି। ସେମିଫାଇନାଲ ଓ ଫାଇନାଲ ମ୍ୟାଚ୍‌ ପରିଚାଳନା ଲାଗି ରେଫରି ଓ ଅମ୍ପାୟର ନାମ ପରେ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri