Posted inଖେଳ

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ବିରଳ କୀର୍ତ୍ତିମାନ ସ୍ଥାପନ କରିଛନ୍ତି।

ଆଇସିସି (ICC) ଦ୍ୱାରା ପ୍ରକାଶିତ ତାଜା ଟି-୨୦ ଅନ୍ତର୍ଜାତୀୟ ବ୍ୟାଟିଂ ର଼୍ୟାଙ୍କିଙ୍ଗ୍‌ରେ ବୈଭବ ଏକାଥରକେ ୨୩୦ରୁ ସିଧାସଳଖ ଟପ-୫୦ ଖେଳାଳିଙ୍କ କ୍ଲବ ଭିତରେ ସ୍ଥାନ ହାସଲ କରିଛନ୍ତି। ତାଙ୍କର ଏହି ଦମଦାର ପ୍ରଦର୍ଶନ ତାଙ୍କୁ ବିଶ୍ୱର ସବୁଠାରୁ ଚର୍ଚ୍ଚିତ ଏବଂ ପ୍ରତିଭାବାନ ଯୁବ କ୍ରିକେଟରଙ୍କ ତାଲିକାରେ ସାମିଲ କରିଛି।

ଜିମ୍ବାୱେ ବିପକ୍ଷରେ ଖେଳାଯାଇଥିବା ତିନିମ୍ୟାଚ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜରେ ବୈଭବ ଅତ୍ୟନ୍ତ ପ୍ରଭାବଶାଳୀ ବ୍ୟାଟିଂ କରିଥିଲେ। ସେ ଏହି ୩ଟି ମ୍ୟାଚରେ ମୋଟ ୧୫୧ ରନ ସଂଗ୍ରହ କରିଥିବାବେଳେ ୨ଟି ଦମଦାର ଅର୍ଦ୍ଧଶତକ ହାସଲ କରିଥିଲେ। ଏହି ସିରିଜରେ ତାଙ୍କର ବ୍ୟାଟିଂ ହାରାହାରି ୫୦.୩୩ ରହିଥିଲା। ତାଙ୍କର ଏହି ବିସ୍ଫୋରକ ବ୍ୟାଟିଂ ବଳରେ ଭାରତୀୟ ଦଳ ସିରିଜରେ ୩-୦ରେ କ୍ଲିନ ସୁଇପ କରିବାରେ ସଫଳ ହୋଇଥିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri