Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲେ କୋହଲି

ଦୁବାଇ,୨୪।୭(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ସେ ପୂର୍ବପରି ୧ ନମ୍ବର ସ୍ଥାନରେ ରହିଛନ୍ତି। କୋହଲିଙ୍କ ନେତୃତ୍ୱରେ ଭାରତ ଗତ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ରେ ୨-୧ ବ୍ୟବଧାନରେ ସିରିଜ ବିଜୟୀ ହୋଇଥିଲା। ସେ ୯୨୨ ପଏଣ୍ଟ ପାଇଁ ୧ ନମ୍ବର ସ୍ଥାନରେ ରହିଛନ୍ତି। ନ୍ୟୁଜିଲାଣ୍ଡର କେନ୍‌ ଓ୍ବିଲିୟମସନ ୯୧୩ ପଏଣ୍ଟ ପାଇ ଦ୍ୱିତୀୟ ଓ ଟେଷ୍ଟ ସ୍ପେଶାଲିଷ୍ଟ କୁହାଯାଉଥବା ଚେତେଶ୍ୱର ପୂଜାରା ୮୮୧ ପଏଣ୍ଟ ପାଇଁ ତାଲିକାର ତୃତୀୟ ସ୍ଥାନରେ ରହିଛନ୍ତି।
ଦଳୀୟ ର଼୍ୟାଙ୍କିଙ୍ଗ୍‌ରେ ଭାରତ ପୂର୍ବପରି ପ୍ରଥମ ସ୍ଥାନରେ ରହିଛି। ସେହିପରି ନ୍ୟୁଜିଲାଣ୍ଡ ଦ୍ୱିତୀୟ, ଦକ୍ଷିଣ ଆଫ୍ରିକା ତୃତୀୟ, ଇଂଲଣ୍ଡ ଚତୁର୍ଥ ଓ ଅଷ୍ଟ୍ରେଲିଆ ପଞ୍ଚମ ସ୍ଥାନରେ ରହିଛି। ବୋଲିଂ ତାଲିକାରେ ୨ଜଣ ଭାରତୀୟ ବୋଲର ଟପ୍‌-୧୦ରେ ସାମିଲ ରହିଛନ୍ତି। ରବୀନ୍ଦ୍ର ଜାଡେଜା ଓ ରବିଚନ୍ଦ୍ରନ ଅଶ୍ୱିନ୍‌ ଯଥାକ୍ରମେ ଷଷ୍ଠ ଓ ଦଶମ ସ୍ଥାନରେ ରହିଛନ୍ତି। ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଆୟର୍ଲାଣ୍ଡ ବିପକ୍ଷ ୪ ଦିନିଆ ଟେଷ୍ଟରୁ ଇଞ୍ଜୁରି କାରଣରୁ ବାଦ୍‌ ପଡିଥିବା ଅଭିଜ୍ଞ ଇଂଲଣ୍ଡ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଆଣ୍ଡରସନଙ୍କଠାରୁ ଅଧିକ ୧୬ ପଏଣ୍ଟ ପାଇ ଅଷ୍ଟ୍ରେଲିଆର ପ୍ୟାଟ କୁମିନ୍ସ ବୋଲିଂ ତାଲିକାର ଶୀର୍ଷ ସ୍ଥାନରେ ରହିଛନ୍ତି। ଗତ ନଭେମ୍ବରରେ ଆଣ୍ଡରସନଙ୍କୁ ଦକ୍ଷିଣ ଆଫ୍ରିକାର କାଗିସୋ ରବାଡ଼ା ପଛରେ ପକାଇଥିଲେ। ତେବେ ସେ ଏବେ ତୃତୀୟ ସ୍ଥାନରେ ରହିଛନ୍ତି। ଅନ୍ୟତମ ଇଂଲଣ୍ଡ ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡ ୧୯ତମ ସ୍ଥାନରେ ରହିଛନ୍ତି। ସେ ୨୦୦୯ ପରଠାରୁ ଟପ୍‌-୨୦ରେ ସ୍ଥାନ ବଜାୟ ରଖିଆସିଛନ୍ତି। ସେହିପରି ୬୨୧ ପଏଣ୍ଟ ପାଇ ମୋଇନ୍‌ ଅଲି ୨୫ତମ ସ୍ଥାନରେ ରହିଛନ୍ତି। ଇଂଲଣ୍ଡ ଅଧିନାୟକ ଜୋ ରୁଟ ବ୍ୟାଟିଂ ତାଲିକାର ଷଷ୍ଠ ସ୍ଥାନରେ ରହିଛନ୍ତି। ସେହିପରି ଜନ୍ନି ବେୟାରଷ୍ଟୋ ଓ ଜୋଶ ବଟଲର ଯାଥାକ୍ରମେ ୨୬ ଓ ୨୭ତମ ସ୍ଥାନରେ ରହିଛନ୍ତି। ଆୟର୍ଲାଣ୍ଡର କେଭିନ ଓ’ବ୍ରାଏନ ୬୮ତମ ସ୍ଥାନକୁ ଉଠିଥିବା ବେଳେ ଗ୍ୟାରୀ ଓ୍ବିଲିସନ ୧୪୦ତମ ସ୍ଥାନରେ ରହିଛନ୍ତି। ଅଲରାଉଣ୍ଡର ତାଲିକାରେ ଜାଡେଜା ଭାରତୀୟ ଦୃଷ୍ଟିକୋଣରୁ ଶ୍ରେଷ୍ଠ ସାବ୍ୟସ୍ତ ହୋଇଛନ୍ତି। ସେ ତୃତୀୟ ସ୍ଥାନରେ ରହିଛନ୍ତି। ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍ଡର ଶୀର୍ଷ ସ୍ଥାନରେ ରହିଥିବା ବେଳେ ବାଂଲାଦେଶର ସାକିବ ଅଲ ହାସନ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri