Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: କୋହଲି ସ୍ଥିର, ରାହାନେ ଖସିଲେ

ଦୁବାଇ, ୨।୨(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ସଦ୍ୟ ପ୍ରକାଶିତ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ପୂର୍ବଭଳି ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। କୋହଲି ୯୨୮ ପଏଣ୍ଟ ସହ ବ୍ୟାଟିଂ ତାଲିକାରେ ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ୍‌ଙ୍କ ଉପରେ ରହିଛନ୍ତି। କୋହଲିଙ୍କଠାରୁ ମାତ୍ର ୧୭ ପଏଣ୍ଟ କମ୍‌ ପାଇ ସ୍ମିଥ୍‌ (୯୧୧) ତାଲିକାର ୨ୟ ସ୍ଥାନରେ ଅପରିବର୍ତ୍ତିତ ରହିଛନ୍ତି। ତେବେ ଭାରତୀୟ ଟେଷ୍ଟ ଦଳର ଉପଅଧିନାୟକ ଅଜିଙ୍କ୍ୟ ରାହାନେ (୭୫୯) ଗୋଟିଏ ସ୍ଥାନ ତଳକୁ ଖସି ୯ମ ସ୍ଥାନ ହାସଲ କରିଛନ୍ତି। ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା (୭୯୧) ମଧ୍ୟ ପୂର୍ବଭଳି ୬ଷ୍ଠ ସ୍ଥାନ ସୁରକ୍ଷିତ ରଖିଛନ୍ତି। ଅପରପକ୍ଷେ ଶୀର୍ଷ ଭାରତୀୟ ବୋଲର ଭାବେ ୟର୍କର ସ୍ପେଶାଲିଷ୍ଟ ଯଶ୍‌ପ୍ରୀତ୍‌ ବୁମ୍‌ରା ବୋଲିଂ ବିଭାଗରେ ୬ଷ୍ଠ ସ୍ଥାନ ଲାଭ କରିଛନ୍ତି। ସେ ୭୯୪ ପଏଣ୍ଟ ପାଇଛନ୍ତି। ସେହିଭଳି ଅଫ୍‌-ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ୮ମରେ ରହିଥିବାବେଳେ ମହମ୍ମଦ ସାମି ଗୋଟିଏ ସ୍ଥାନ ଉପରକୁ ଉଠିଛନ୍ତି। ସେ ବୋଲିଂ ତାଲିକାର ୯ମ ସ୍ଥାନ ଲାଭ କରିଛନ୍ତି। ଅଷ୍ଟ୍ରେଲିଆର ପ୍ୟାଟ୍‌ କୁମିନ୍ସ ୯୦୪ ପଏଣ୍ଟ ସହ ବୋଲିଂ ବିଭାଗର ସର୍ବାଗ୍ରେ ରହିଛନ୍ତି। ଅଲ୍‌ରାଉଣ୍ଡର ତାଲିକାରେ ରବୀନ୍ଦ୍ର ଜାଡେଜା (୪୦୬ ପଏଣ୍ଟ) ୩ୟ ସ୍ଥାନରେ ଅପରିବର୍ତ୍ତିତ ରହିଛନ୍ତି। ଅଶ୍ୱିନ (୪ର୍ଥ) କିନ୍ତୁ ଗୋଟିଏ ସ୍ଥାନ ଉପରକୁ ଉଠିଛନ୍ତି। ଓ୍ବେଷ୍ଟଇଣ୍ଡିଜ୍‌ର ଜାସନ ହୋଲ୍ଡର ଏହି ତାଲିକାର ଏକ ନମ୍ବର ସ୍ଥାନ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri