Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲା ଭାରତ; ୨ୟ ସ୍ଥାନରେ ନ୍ୟୁଜିଲାଣ୍ଡ

ଦୁବାଇ, ୩।୩ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ସଦ୍ୟ ପ୍ରକାଶିତ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଦଳ ଶୀର୍ଷ ସ୍ଥାନ ବଜାୟ ରଖିଛି। ମୋଟ୍‌ ୧୧୬ ରେଟିଂ ପଏଣ୍ଟ ସହ ଭାରତ ପୂର୍ବଭଳି ପ୍ରଥମ ସ୍ଥାନରେ ସୁରକ୍ଷିତ ରହିଛି। ସେହିଭଳି ଭାରତ ବିପକ୍ଷରେ ଟେଷ୍ଟ ସିରିଜ କ୍ଲିନ ସୁଇପ୍‌ କରିଥିବା ନ୍ୟୁଜିଲାଣ୍ଡ ୧୧୦ ପଏଣ୍ଟ ସହ ୨ୟ ସ୍ଥାନ ହାସଲ କରିଛି। ଅଷ୍ଟ୍ରେଲିଆ (୧୦୮ ପଏଣ୍ଟ) ତାଲିକାର ୩ୟ ସ୍ଥାନରେ ରହିଛି। ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଭାରତ ପ୍ରଥମଥର ଲାଗି ଟେଷ୍ଟ ସିରିଜ ହାରିଛି।

ବ୍ୟାଟିଂ ତାଲିକାରେ ଭାରତୀୟ ଅଧିନାୟକ ବିରାଟ କୋହଲି ପୂର୍ବବତ୍‌ ମାନ୍ୟତାର ୨ୟ ସ୍ଥାନରେ ରହିଛନ୍ତି। ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ୍‌ ଏକ ନମ୍ବର ସ୍ଥାନ ବଜାୟ ରଖିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ କୋହଲିଙ୍କ ପାଇଁ ଅତ୍ୟନ୍ତ ନୈରାଶ୍ୟଜନକ ରହିଥିଲା। ଦୁଇ ଟେଷ୍ଟ ମ୍ୟାଚ୍‌ର ୪ ଇନିଂସରେ ସେ ମୋଟ୍‌ ୩୮ ରନ୍‌ ସଂଗ୍ରହ କରିଥିଲେ। ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ପୃଥ୍ବୀ ଶ’ ୧୭ଟି ପାହାଚ ଉପରକୁ ଉଠି ୭୬ତମ ସ୍ଥାନରେ ରହିଛନ୍ତି। ନ୍ୟୁଜିଲାଣ୍ଡର ଓପନର୍‌ ଟମ୍‌ ବ୍ଲଣ୍ଡେଲ ୭୩ରୁ ୪୬ତମ ସ୍ଥାନକୁ ଲମ୍ଫ ପ୍ରଦାନ କରିଛନ୍ତି। ବୋଲିଂରେ ନ୍ୟୁଜିଲାଣ୍ଡର ଟିମ୍‌ ସୌଦୀ ୨ଟି ପାହାଚ ଉପରକୁ ଉଠି ୪ର୍ଥ ସ୍ଥାନ ପାଇଛନ୍ତି। ଶ୍ରେଷ୍ଠ ଭାରତୀୟ ବୋଲର ଭାବେ ଯଶପ୍ରୀତ୍‌ ବୁମ୍‌ରା ୭ମ ସ୍ଥାନରେ ରହିଛନ୍ତି। ନ୍ୟୁଜିଲାଣ୍ଡର ସବୁଠାରୁ ଡେଙ୍ଗା କ୍ରିକେଟର୍‌ ବିବେଚିତ ହୋଇଥିବା କାଏଲ୍‌ ଜେମିସନ ୮୦ରୁ ୪୩ତମ ସ୍ଥାନକୁ ଉଠିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

ପ୍ରଥମେ ୫୦% ଟାରିଫ୍‌ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି

ଓ୍ବାଶିଂଟନ୍‌,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ଦଣ୍ଡନାଚରେ ଗୋଷ୍ଠୀ ସଂଘର୍ଷ: ଗୋଟିଏ ପରିବାରର ୩  ଜଣଙ୍କୁ

ଆସିକା,୧୩।୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଶନିବାର ରାତିରେରେ ଦଣ୍ଡନାଚ ଚାଲିଥିଲା ବେଳେ ଗଣ୍ଡଗୋଳ ହୋଇଥିଲ। ଏହି ଗଣ୍ଡଗୋଳରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri