Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲା ଭାରତ; ୨ୟ ସ୍ଥାନରେ ନ୍ୟୁଜିଲାଣ୍ଡ

ଦୁବାଇ, ୩।୩ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ସଦ୍ୟ ପ୍ରକାଶିତ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଦଳ ଶୀର୍ଷ ସ୍ଥାନ ବଜାୟ ରଖିଛି। ମୋଟ୍‌ ୧୧୬ ରେଟିଂ ପଏଣ୍ଟ ସହ ଭାରତ ପୂର୍ବଭଳି ପ୍ରଥମ ସ୍ଥାନରେ ସୁରକ୍ଷିତ ରହିଛି। ସେହିଭଳି ଭାରତ ବିପକ୍ଷରେ ଟେଷ୍ଟ ସିରିଜ କ୍ଲିନ ସୁଇପ୍‌ କରିଥିବା ନ୍ୟୁଜିଲାଣ୍ଡ ୧୧୦ ପଏଣ୍ଟ ସହ ୨ୟ ସ୍ଥାନ ହାସଲ କରିଛି। ଅଷ୍ଟ୍ରେଲିଆ (୧୦୮ ପଏଣ୍ଟ) ତାଲିକାର ୩ୟ ସ୍ଥାନରେ ରହିଛି। ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଭାରତ ପ୍ରଥମଥର ଲାଗି ଟେଷ୍ଟ ସିରିଜ ହାରିଛି।

ବ୍ୟାଟିଂ ତାଲିକାରେ ଭାରତୀୟ ଅଧିନାୟକ ବିରାଟ କୋହଲି ପୂର୍ବବତ୍‌ ମାନ୍ୟତାର ୨ୟ ସ୍ଥାନରେ ରହିଛନ୍ତି। ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ୍‌ ଏକ ନମ୍ବର ସ୍ଥାନ ବଜାୟ ରଖିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ କୋହଲିଙ୍କ ପାଇଁ ଅତ୍ୟନ୍ତ ନୈରାଶ୍ୟଜନକ ରହିଥିଲା। ଦୁଇ ଟେଷ୍ଟ ମ୍ୟାଚ୍‌ର ୪ ଇନିଂସରେ ସେ ମୋଟ୍‌ ୩୮ ରନ୍‌ ସଂଗ୍ରହ କରିଥିଲେ। ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ପୃଥ୍ବୀ ଶ’ ୧୭ଟି ପାହାଚ ଉପରକୁ ଉଠି ୭୬ତମ ସ୍ଥାନରେ ରହିଛନ୍ତି। ନ୍ୟୁଜିଲାଣ୍ଡର ଓପନର୍‌ ଟମ୍‌ ବ୍ଲଣ୍ଡେଲ ୭୩ରୁ ୪୬ତମ ସ୍ଥାନକୁ ଲମ୍ଫ ପ୍ରଦାନ କରିଛନ୍ତି। ବୋଲିଂରେ ନ୍ୟୁଜିଲାଣ୍ଡର ଟିମ୍‌ ସୌଦୀ ୨ଟି ପାହାଚ ଉପରକୁ ଉଠି ୪ର୍ଥ ସ୍ଥାନ ପାଇଛନ୍ତି। ଶ୍ରେଷ୍ଠ ଭାରତୀୟ ବୋଲର ଭାବେ ଯଶପ୍ରୀତ୍‌ ବୁମ୍‌ରା ୭ମ ସ୍ଥାନରେ ରହିଛନ୍ତି। ନ୍ୟୁଜିଲାଣ୍ଡର ସବୁଠାରୁ ଡେଙ୍ଗା କ୍ରିକେଟର୍‌ ବିବେଚିତ ହୋଇଥିବା କାଏଲ୍‌ ଜେମିସନ ୮୦ରୁ ୪୩ତମ ସ୍ଥାନକୁ ଉଠିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri