Posted inଖେଳ

ଆଇସିସି ଟେଷ୍ଟ : ର଼୍ୟାଙ୍କିଙ୍ଗ୍‌ ସ୍ମିଥ୍‌ଙ୍କ ନିକଟତର ହେଲେ କୋହଲି

ଦୁବାଇ, ୧୪ା୧୦ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଭାରତୀୟ ଅଧିନାୟକ ବିରାଟ କୋହଲି ଟେଷ୍ଟ ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଙ୍ଗ ତାଲିକାର ଶୀର୍ଷରେ ରହିଥିବା ଷ୍ଟିଭ୍‌ ସ୍ମିଥ୍‌ଙ୍କଠାରୁ ମାତ୍ର ଏକ ପଏଣ୍ଟ ବ୍ୟବଧାନରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଅପରାଜିତ ୨୫୪ ରନ ଯୋଗୁ କୋଲିଙ୍କ ପଏଣ୍ଟ ସଂଖ୍ୟା ବୃଦ୍ଧି ପାଇଛି। ର଼୍ୟାଙ୍କିଙ୍ଗରେ ଓପନର ମୟଙ୍କ ଅଗ୍ରଓ୍ବାଲଙ୍କର ମଧ୍ୟ ଉନ୍ନତି ଘଟିଛି। ସେ ଶ୍ରେଷ୍ଠ ୨୦ ବ୍ୟାଟ୍ସମ୍ୟାନମାନଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ତାଙ୍କ ୧୦୮ରନର ଇନିଂସ ପାଇଁ ତାଙ୍କର ୮ ସ୍ଥାନ ପଦୋନ୍ନତି ଘଟିଛି। ତାଲିକାରେ ତାଙ୍କୁ ୧୭ ତମ ସ୍ଥାନ ମିଳିଛି। ଟପ୍‌ ୧୦ରେ ସ୍ଥାନ ପାଇଥିବା ଅନ୍ୟ ଦୁଇଜଣ ଭାରତୀୟ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେ ଯଥାକ୍ରମେ ଚତୁର୍ଥ ଓ ନବମ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ ବୋଲରମାନଙ୍କ ତାଲିକାରେ ରବିଚନ୍ଦ୍ରନ ଅଶ୍ୱିନ ତିନୋଟି ସ୍ଥାନ ପଦୋନ୍ନତି ପାଇଛନ୍ତି। ସେ ୭ମ ସ୍ଥାନରେ ରହିଥିବାବେଳେ ଯଶପ୍ରୀତ୍‌ ବୁମ୍‌ରା ପୂର୍ବଭଳି ତୃତୀୟ ସ୍ଥାନରେ ରହିଛନ୍ତି। ଅଲରାଉଣ୍ଡରମାନଙ୍କ ମଧ୍ୟରେ ରବୀନ୍ଦ୍ର ଜାଡେଜା ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ଜାସନ ହୋଲ୍‌ଡରଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ରାଞ୍ଚତ୍ଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଖେଳାଯିବ। ଏଥିରେ ଭଲ ପ୍ରଦର୍ଶନ କରିପାରିଲେ କୋହଲି ଅଷ୍ଟ୍ରେଲିଆର ସ୍ମିଥ୍‌ଙ୍କ ହଟାଇ ଟେଷ୍ଟ ବ୍ୟାଟ୍ସମ୍ୟାନ ତାଲିକାରେ ନମ୍ବର ଓ୍ବାନ ସ୍ଥାନ ଅଧିକାର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?