Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷରେ ରହି ବର୍ଷ ଶେଷ କଲେ କୋହଲି

ଦୁବାଇ, ୨୪।୧୨ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ମଙ୍ଗଳବାର ପ୍ରକାଶିତ ଟେଷ୍ଟ ବ୍ୟାଟିଂ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଶୀର୍ଷ ସ୍ଥାନରେ ଅପରିବର୍ତ୍ତିତ ରହି ଚଳିତ ବର୍ଷ ଶେଷ କରିଛନ୍ତି। କୋହଲିଙ୍କ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ୯୨୮ ରହିଛି। ଅଷ୍ଟ୍ରେଲିଆର ଷ୍ଟିଭେନ୍‌ ସ୍ମିଥ୍‌ (୯୧୧)ଙ୍କଠାରୁ କୋହଲି ୧୭ ପଏଣ୍ଟ ଅଧିକ ପାଇଛନ୍ତି। ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ (୮୬୪) ତାଲିକାର ୩ୟ ସ୍ଥାନରେ ରହି ୨୦୧୯ ମସିହା ଶେଷ କରିଛନ୍ତି। ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୁଜାରା (୭୯୧) ପୂର୍ବବତ୍‌ ୪ର୍ଥ ସ୍ଥାନରେ ଅପରିବର୍ତ୍ତିତ ରହିଥିବାବେଳେ ଅଜିଙ୍କ୍ୟ ରାହାନେ (୭ମ)ଗୋଟିଏ ପାହାଚ ତଳକୁ ଖସିଛନ୍ତି। ପାକିସ୍ତାନର ବାବର ଆଜମଙ୍କୁ କ୍ୟାରିୟର ଶ୍ରେଷ୍ଠ ମାନ୍ୟତା ମିଳିଛି। କରାଚିରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ୨ୟ ଟେଷ୍ଟରେ ବାବର ଉଭୟ ଇନିଂସରେ ଯଥାକ୍ରମେ ୬୦ ଓ ୧୦୦ ରନ କରିଥିଲେ। ଏହି କାରଣରୁ ସେ ୩ଟି ପାହାଚ ଉପରକୁ ଉଠି ୬ଷ୍ଠ ସ୍ଥାନରେ ରହିଛନ୍ତି। ଅଷ୍ଟ୍ରେଲିଆର ମାର୍ନସ ଲାବୁସେନ ୫ମ, ଡେଭିଡ୍‌ ଓ୍ବାର୍ନର ୮ମ, ଜୋ ରୁଟ୍‌ ୯ମ ଓ ରସ୍‌ ଟେଲର ୧୦ମ ସ୍ଥାନରେ ରହିଛନ୍ତି। ମୟଙ୍କ ଅଗ୍ରଓ୍ବାଲ ଓ ରୋହିତ୍‌ ଶର୍ମା ଯଥାକ୍ରମେ ଦ୍ୱାଦଶ ଓ ପଞ୍ଚଦଶ ସ୍ଥାନ ଲାଭ କରିଛନ୍ତି।
ବୋଲିଂରେ ଅଷ୍ଟ୍ରେଲିଆର ପ୍ୟାଟ୍‌ କୁମିନ୍ସ ଏକ ନମ୍ବର ସ୍ଥାନରେ ରହିଛନ୍ତି। ସେହିଭଳି ଆଘାତଜନିତ ସମସ୍ୟା ଲାଗି ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ଖେଳି ପାରି ନ ଥିବା ଯଶପ୍ରୀତ୍‌ ବୁମ୍‌ରା ପୂର୍ବଭଳି ୬ଷ୍ଠ ସ୍ଥାନ ବଜାୟ ରଖିଛନ୍ତି। ଟେଷ୍ଟ ଅଲ୍‌ରାଉଣ୍ଡର ତାଲିକାରେ ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍ଡରଙ୍କ ପଛକୁ ରବୀନ୍ଦ୍ର ଜାଡେଜା ୨ୟ ସ୍ଥାନରେ ରହିଛନ୍ତି। ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଭାରତ ୩୬୦ ପଏଣ୍ଟ ସହ ଟେବୁଲ ତାଲିକାର ସର୍ବାଗ୍ରେ ରହିଛି। ଅଷ୍ଟ୍ରେଲିଆ (୨୧୬), ପାକିସ୍ତାନ (୬୦), ଶ୍ରୀଲଙ୍କା (୮୦), ନ୍ୟୁଜିଲାଣ୍ଡ (୬୦) ଓ ଇଂଲଣ୍ଡ (୫୬) ପର୍ଯ୍ୟାୟକ୍ରମେ ପଛକୁ ପଛ ତାଲିକାରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri