Posted inଖେଳ

ଆଇସିସି ବିଶ୍ୱକପ୍‌: ନ୍ୟୁଜିଲାଣ୍ଡ ବିପକ୍ଷରେ ଅଷ୍ଟ୍ରେଲିଆ ଫେଭରାଇଟ

ଲଣ୍ଡନ, ୨୯।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଶନିବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍‌ରେ ଦୁଇ ପଡୋଶୀ ଦେଶ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିବେ। ଐତିହାସିକ ଲଡର୍‌ସ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ସେମିଫାଇନାଲରେ ପ୍ରବେଶ କରିସାରିଥିବା ଅଷ୍ଟ୍ରେଲିଆ ଫେଭରାଇଟ ବିବେଚିତ ହେଉଛି। ପାକିସ୍ତାନଠାରୁ ହାରି ନ୍ୟୁଜିଲାଣ୍ଡ ଟୁର୍ନାମେଣ୍ଟରେ ତା’ର ପ୍ରଥମ ପରାଜୟବରଣ କରିଛି। ଫଳରେ ନ୍ୟୁଜିଲାଣ୍ଡର ଆତ୍ମବିଶ୍ୱାସରେ ହ୍ରାସ ହୋଇଛି। ଅନ୍ୟପଟେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ସବୁ ମ୍ୟାଚ୍‌ ଜିତିଥିବା ବେଳେ କେବଳ ଭାରତଠାରୁ ପରାସ୍ତ ହୋଇଛି। ଆରୋନ ଫିଞ୍ଚ୍‌ଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆର ବିଜୟଧାରା ବଜାୟ ରଖିବାକୁ ପ୍ରୟାସ କରିବ। ୭ଟି ମ୍ୟାଚ୍‌ ଖେଳି ଅଷ୍ଟ୍ରେଲିଆ ୬ଟି ବିଜୟ ଓ ଗୋଟିଏ ପରାଜୟ ସହ ୧୨ ପଏଣ୍ଟ ପାଇ ତାଲିକାର ଶୀର୍ଷରେ ରହିବା ସହ ଟୁର୍ନାମେଣ୍ଟର ପ୍ରଥମ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି। ଅନ୍ୟପଟେ ନ୍ୟୁଜିଲାଣ୍ଡ ୭ଟି ମ୍ୟାଚ୍‌ ଖେଳି ୫ ବିଜୟ, ଗୋଟିଏ ପରାଜୟ ଓ ଗୋଟିଏ ବିନା ଫଳାଫଳ ସହ ୧୧ ପଏଣ୍ଟ ପାଇ ଭାରତ ପଛକୁ ରହି ତୃତୀୟ ସ୍ଥାନରେ ରହିଛି। ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆ ଏପର୍ଯନ୍ତ ଦମ୍‌ଦାର ପ୍ରଦର୍ଶନ କରି ଆସିଛି।
ସବୁ ୭ଟି ଯାକ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ତା’ର ଦଳରେ କୌଣସି ପରିବର୍ତ୍ତନ ଆଣି ନାହିଁ। ଏବେ ନ୍ୟୁଜିଲାଣ୍ଡ ବାକିଥିବା ୨ଟି ମ୍ୟାଚ୍‌ରୁ ଗୋଟିଏରେ ବିଜୟୀ ହେଲେ କ୍ରମାଗତ ଚତୁର୍ଥଥର ପାଇଁ ସେମିଫାଇନାଲରେ ପ୍ରବେଶ କରିବ। ଆସନ୍ତା ୩ ତାରିଖରେ ନ୍ୟୁଜିଲାଣ୍ଡ ଇଂଲଣ୍ଡକୁ ଭେଟିବ। ୨୦୧୫ ବିଶ୍ୱକପ୍‌ରେ ଦୁଇ ପଡୋଶୀ ଦେଶ ଫାଇନାଲରେ ମୁହଁାମୁହିଁ ହୋଇଥିଲେ। ଏଥିରେ ବିଜୟୀ ହୋଇ ଅଷ୍ଟ୍ରେଲିଆ ରେକର୍ଡ ୫ ଥର ପାଇଁ ବିଶ୍ୱକପ୍‌ ଚାମ୍ପିୟନ ହୋଇଥିଲା। ଦୁଇ ଦେଶ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱୀତା ବହୁ ପୁରୁଣା। ନିରପେକ୍ଷ ସ୍ଥାନରେ ହୋଇଥିବା ୨୦ଟି ମୁକାବିଲାରେ ଅଷ୍ଟ୍ରେଲିଆ ୧୯ଟିରେ ବିଜୟୀ ହୋଇଛି। ତେବେ ୧୯୯୯ ବିଶ୍ୱକପ୍‌ରେ ସୋଫିଆ ଗାର୍ଡେନ୍ସରେ ନ୍ୟୁଜିଲାଣ୍ଡ ଥରେ ଅଷ୍ଟ୍ରେଲିଆକୁ ହରାଇବାକୁ ସକ୍ଷମ ହୋଇଥିଲା। ୭ଟି ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ଏଥି ସହିତ ଥରେ ମାତ୍ର ବିଜୟୀ ହେବାର ସୁଯୋଗ ପାଇଥିଲା। ରେକର୍ଡ ଓ ଫର୍ମ ଉଭୟ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଅଷ୍ଟ୍ରେଲିଆ ଫେଭରାଇଟ ବିବେଚିତ ହେଉଛି। ଗତ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୬୪ ରନରେ ଇଂଲଣ୍ଡକୁ ପରାସ୍ତ କରିଥିଲା। ଅଧିନାୟକ ଆରୋନ ଫିଞ୍ଚ୍‌ ଓ ଡେଭିଡ ଓ୍ବାର୍ନରଙ୍କୁ ନେଇ ଅଷ୍ଟ୍ରେଲିଆ ଓପନିଂ ଯୋଡି ବେଶ୍‌ ଶକ୍ତିଶାଳୀ ମନେ ହେଉଛି। ବିଶ୍ୱକପ୍‌ରେ ଏହି ଯୋଡି ସବୁଠାରୁ ବେଶି ସଫଳ ହୋଇଛି। ସେହିପରି ବୋଲିଂରେ ଅଷ୍ଟ୍ରେଲିଆର ମିଚେଲ ଷ୍ଟାର୍କ ୧୮.୨୬ ରନ ହାରରେ ଏପର୍ଯ୍ୟନ୍ତ ସର୍ବାଧିକ ୧୯ଟି ଉଇକେଟ ହାସଲ କରି ଶୀର୍ଷରେ ରହିଛନ୍ତି। ପେସ୍‌, ବାଉନ୍ସ ଓ ସୁଇଙ୍ଗରେ ସେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନଙ୍କୁ ସମସ୍ୟାରେ ପକାଇବେ। ଜାସନ ବେହେରନଡୋର୍ଫ ମଧ୍ୟ ଇଂଲଣ୍ଡ ବିପକ୍ଷରେ ଭଲ ବୋଲିଂ କରିଥିଲେ।
ଅପରପକ୍ଷରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନଙ୍କ ଉପରେ ଅତ୍ୟଧିକ ନିର୍ଭରଶୀଳ ହୋଇ ପଡିଛି। ୫ଟି ମ୍ୟାଚରୁ ସେ ୧୩୮ ହାରରେ ୪୧୪ ରନ ସଂଗ୍ରହ କରିଛନ୍ତି। ୨୦୧୭ ଚାମ୍ପିୟନ୍ସ ଟ୍ରଫିରେ ସେ ଅଷ୍ଟ୍ରେଲିଆ ବିପକ୍ଷରେ ଶତକ ହାସଲ କରିଥିଲେ। ଅଷ୍ଟ୍ରେଲିଆ ବିପକ୍ଷରେ ସେ ୧୨ଟି ଦିନିକିଆ ଖେଳି ୪୧.୬ ରନ ହାରରେ ଏପର୍ଯ୍ୟନ୍ତ ୪୧୬ ରନ ସଂଗ୍ରହ କରିଛନ୍ତି। ଦ୍ରୁତ ବୋଲିଂରେ ମଧ୍ୟ ନ୍ୟୁଜିଲାଣ୍ଡ ଆଦୌ ପଛରେ ପଡିନାହିଁ। ରସ୍‌ ଟେଲର ଓ ମାର୍ଟିନ ଗୁପ୍ଟିଲଙ୍କୁ ଭଲ ପ୍ରଦର୍ଶନ କରିବାକୁ ହେବ। ବିଜୟୀ ହେଲେ ନ୍ୟୁଜିଲାଣ୍ଡ ସେମିଫାଇନାଲରେ ପ୍ରବେଶ କରିବ। ତେଣୁ ସେମିଫାଇନାଲ ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ ପଡିଆକୁ ଓହ୍ଲାଇବ।
ଅଷ୍ଟ୍ରେଲିଆ ଦଳ: ଆରୋନ ଫିଞ୍ଚ୍‌ (ଅଧିନାୟକ), ଜାସନ ବେହେରନଡୋର୍ଫ, ଆଲେକ୍ସ କେରୀ, ନାଥନ କୁଲ୍ଟର- ନାଇଲ, ପ୍ୟାଟ କୁମିନ୍ସ, ଉସ୍‌ମାନ ଖ୍ବାଜା, ନାଥନ ଲିୟନ, ପ୍ୟାଟ କୁମିନ୍ସ, ଉସ୍‌ମାନ ଖ୍ବାଜା, ନାଥନ ଲିୟନ, ଶନ୍‌ ମାର୍ଶ, ଗ୍ଲେନ ମ୍ୟାକ୍ସଓ୍ବେଲ, କେନ୍‌ ରିଚାର୍ଡସନ, ଷ୍ଟିଭ୍‌ ସ୍ମିଥ୍‌, ମିଚେଲ ଷ୍ଟାର୍କ, ମାର୍କସ ଷ୍ଟୋଇନିସ, ଡେଭିଡ ଓ୍ବାର୍ନର ଓ ଆଡାମ ଜାମ୍ପା।
ନ୍ୟୁଜିଲାଣ୍ଡ ଦଳ: କେନ୍‌ ଓ୍ବିଲିୟମସନ (ଅଧିନାୟକ), ମାର୍ଟିନ ଗୁପ୍ଟିଲ, ମ୍ୟାଟ୍‌ ହେନେରୀ, ଟମ୍‌ ଲାଥମ, କଲିନ୍‌ ମୁନରୋ, ଜିମ୍ମି ନିଶାମ, ହେନେରୀ ନିକୋଲ୍ସ, ମିଚେଳ ସାଣ୍ଟନର, ଇଶ୍‌ ସୋଧି, ଟ୍ରେଣ୍ଟ ବୋଲ୍ଟ, କଲିନ୍‌ ଡି ଗ୍ରାଣ୍ଡହୋମ, ଲୋକି ଫର୍ଗୁସନ, ଟିମ୍‌ ସୌଦି, ରସ୍‌ ଟେଲର ଓ ଟମ୍‌ ବ୍ଲଣ୍ଡେଲ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri