Posted inଖେଳ

ଆଇସିସି ବୈଠକ: ଟି୨୦ ବିଶ୍ୱକପ ସମ୍ପର୍କରେ ନିଷ୍ପତ୍ତି ସ୍ଥଗିତ

ନୂଆଦିଲ୍ଲୀ, ୧୧।୬(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି)ର ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ତେବେ ଏହି ବୈଠକରେ ଟି୨୦ ବିଶ୍ୱକପ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ହୋଇ ପାରିନାହିଁ। କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଏ ସମ୍ପର୍କରେ ନିଷ୍ପତ୍ତି ନେବାକୁ ଆଇସିସି ଆଉ ଏକମାସ ସମୟ ନେଇଛି। ଅର୍ଥାତ୍‌ ଆସନ୍ତା ମାସରେ ହେବାକୁଥିବା ବୈଠକରେ ଏହି ପ୍ରତିଯୋଗିତାର ଭାଗ୍ୟ ନିର୍ଦ୍ଧାରଣ ହେବ। ଟି୨୦ ବିଶ୍ୱକପ ଅଷ୍ଟ୍ରେଲିଆରେ ଆସନ୍ତା ଅକ୍ଟୋବର-ନଭେମ୍ବରରେ ହେବାର କାର୍ଯ୍ୟସୂଚୀ ରହିଛି। ”ଏ ସମ୍ପର୍କରେ ନିଷ୍ପତ୍ତି ନେବାକୁ ଆମେ ଆଉ ଏକ ସୁଯୋଗକୁ ଅପେକ୍ଷା କରିଛୁ। ସେତେବେଳେ ଏହା ଠିକ୍‌ ନିଷ୍ପତ୍ତି ହେବ ବୋଲି ଆଶା ରହିଛି। ଆମେ ନିୟମିତଭାବେ ସଦସ୍ୟ ଦେଶ, ପ୍ରସାରଣକାରୀ ସଂସ୍ଥା, ପାର୍ଟନର, ସରକାର ଏବଂ ଖେଳାଳିଙ୍କ ସହିତ ପରାମର୍ଶ କରୁଛୁ। ନିଷ୍ପତ୍ତିରେ ଯେପରି କୌଣସି ତ୍ରୁଟି ନ ରହିବ ତା’ ଉପରେ ଧ୍ୟାନ ଦେଉଛୁ“ ବୋଲି ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ବୋର୍ଡ ବୈଠକ ହେବାପରେ ଆଇସିସି ମୁଖ୍ୟ କାର୍ଯ୍ୟନିର୍ବାହୀ ମନୁ ସାଓ୍ବନେ ପ୍ରକାଶ କରିଛନ୍ତି। ସେହିପରି ଚଳିତବର୍ଷ ଡିସେମ୍ବର ପର୍ଯ୍ୟନ୍ତ ଟୁର୍ନାମେଣ୍ଟ ଆୟୋଜନ ଉପରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ସହିତ ଟିକସ ହ୍ରାସ ସମ୍ପର୍କିତ ସମସ୍ୟାର ସମାଧାନ ପାଇଁ ସମୟ ସୀମାକୁ ମଧ୍ୟ ଆଇସିସି ଘୁଞ୍ଚାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri