Posted inଖେଳ

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଏକାଦଶରେ ପୁନମ ଏକମାତ୍ର ଭାରତୀୟ

ଦୁବାଇ,୯।୩- ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ର ପରି ସମାପ୍ତି ଘଟିବା ପରେ ଇଭେଣ୍ଟର ଶ୍ରେଷ୍ଠ ଏକାଦଶ ଖେଳାଳିଙ୍କ ନାମ ପ୍ରକାଶ କରାଯାଇଛି। ଏକମାତ୍ର ଭାରତୀୟ ଭାବେ ପୁନମ ଯାଦବ ଦଳରେ ସ୍ଥାନ ପାଇଛନ୍ତି। ଭାରତୀୟ ଟିନଏଜ ସେନସେଶନ ଶୈଫାଳି ବର୍ମାଙ୍କୁ ଦ୍ୱାଦଶ ଖେଳାଳି ଭାବେ ସାମିଲ କରାଯାଇଛି। ଦଳରେ ଚାମ୍ପିୟନ ଅଷ୍ଟ୍ରେଲିଆ ଦଳର ସର୍ବାଧିକ ୫ ଜଣ ଖେଳାଳିଙ୍କୁ ସାମିଲ କରାଯାଇଛି। ସେମାନେ ହେଲେ ଏଲିସା ହିଲିି, ବେଥ ମୁନୀ, ମେଗ ଲାନ୍ନିଂ, ଜେନ ଜୋନାସେନ ଓ ମେଗାନ ସ୍କଟ। ଭାରତ ବିପକ୍ଷ ଫାଇନାଲରେ ହେଲି ଓ ମୁନୀ ଲମ୍ବା ଅର୍ଦ୍ଧଶତକୀୟ ଇନିଂସ ଖେଳି ଦଳ ପାଇଁ ବଡ଼ ସ୍କୋରର ମୂଳଦୁଆ ପକାଇଥିଲେ। ପରେ ପେସର ସ୍କଟ ୪ ଉଇକେଟ ନେଇ ଦଳର ବିଜୟ ସୁନିଶ୍ଚିତ କରିଥିଲେ। ବିଶ୍ୱକପ୍‌ ଏକାଦଶରେ ଇଂଲଣ୍ଡର ୪ ଖେଳାଳି ରହିଛନ୍ତି। ଏହି ଦଳର ଖେଳାଳିଙ୍କୁ ପୂର୍ବତନ ଅନ୍ତର୍ଜାତୀୟ ଖେଳାଳି ଇଆନ ବିଶପ, ଅଞ୍ଜୁମ ଚୋପ୍ରା, ଲିସା ଷ୍ଟାଲେକର, ଜର୍ନାଲିଷ୍ଟ ରଫ ନିକୋଲସନ ଓ ଆଇସିସି ପ୍ରତିନିଧି ହୋଲି କଲିଭନ ଚୟନ କରିଛନ୍ତି। ପୂରା ଇଭେଣ୍ଟରେ ଲେଗ୍‌ ସ୍ପିନର ପୁନମ ଲିଗ୍‌ ପର୍ଯ୍ୟାୟରେ ମୋଟ ୯ ଉଇକେଟ ନେଇଥିଲେ। ସେହିଭଳି ୧୬ ବର୍ଷୀୟା ବର୍ମା ୧୫୮.୨୫ ଆଭରେଜରେ ୧୬୩ ରନ୍‌ କରି ସଭିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ଗୋପାଳବନ୍ଧ ହିଡରେ ଫୁଡ୍‌କୋର୍ଟ, ଦୋକାନ ଗୃହ ନିର୍ମାଣକୁ ବିରୋଧ ପୁରୁଷୋତ୍ତମପୁର,୨୦ା୨ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri