Posted inଖେଳ

ଆଇସିସି ମହିଳା ଟି୨୦ ବିଶ୍ୱକପ : ଭାରତର କ୍ରମାଗତ ଦ୍ୱିତୀୟ ବିଜୟ

ପର୍ଥ, ୨୫।୨-
ଆଇସିସି ମହିଳା ଟି୨୦ ବିଶ୍ୱକପରେ ଭାରତ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ପ୍ରଥମ ମ୍ୟାଚରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ହରାଇଥିବା ଭାରତ ସୋମବାର ଦ୍ୱିତୀୟ ମ୍ୟାଚରେ ବାଂଲାଦେଶକୁ ୧୮ ରନରେ ପରାସ୍ତ କରିଛି। ଦ୍ରୁତ ହାରରେ ରନ ସଂଗ୍ରହ କରି ୧୭ ବଲ୍‌ରୁ ୩୯ ରନ କରିଥିବା ଶେଫାଳି ବର୍ମା ପ୍ଲେୟର ଅଫ ଦି ମ୍ୟାଚ ବିବେଚିତ ହୋଇଛନ୍ତି।
ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୪୨ ରନ କରିଥିଲା। ଶେଫାଳିଙ୍କ ବ୍ୟତୀତ ଜେମିମା ରୋଡ୍ରିଗ୍ବେଜ ୩୪ ଓ ବେଦ କ୍ରିଷ୍ଣମୂର୍ତ୍ତୀ ୧୧ ବଲ୍‌ରୁ ୨୦* ରନର ମୂଲ୍ୟବାନ ଇନିଂସ ଖେଳିଥିଲେ। ବାଂଲାଦେଶ ଅଧିନାୟିକା ସଲ୍‌ମା ଖାତୁନ ଓ ପାନ୍ନା ଘୋଷ ୨ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ବାଂଲାଦେଶ ୨୦ ଓଭରରେ ୮ ଉଇକେଟ ହରାଇ ୧୨୪ ରନ କରିବାକୁ ସକ୍ଷମ ହୋଇଥିଲା। ମୁର୍ଶିଦା ଖାତୁନ ୩୦ ଓ ନିଗାର ସୁଲତାନା ଦ୍ରୁତ ୩୫ ରନର ଇନିଂସ ଖେଳିଥିଲେ ହେଁ ତାହା ଦଳର ବିଜୟ ପାଇଁ ପର୍ଯ୍ୟାପ୍ତ ହୋଇ ନ ଥିଲା। ପୁନମ ଯାଦବ ୩ଟି, ଅରୁନ୍ଧତୀ ରେଡ୍ଡୀ ଓ ଶିଖା ପାଣ୍ଡେ ୨ଟି ଲେଖାଏ ଏବଂ ରାଜେଶ୍ୱରୀ ଗାଏକ୍ୱାଡ ଗୋଟିଏ ଉଇକେଟ ନେଇ ଭାରତକୁ ବିଜୟୀ କରାଇଥିଲେ।
ସଂକ୍ଷିପ୍ତ ସ୍କୋର
ଭାରତ ୨୦ ଓଭରରେ ୧୪୨/୬(ଶେଫାଳି-୩୯, ରୋଡ୍ରିଗ୍ବେଜ-୩୪, କ୍ରିଷ୍ଣମୂର୍ତ୍ତୀ-୨୦*, ସାଲ୍‌ମା-୨/୨୫, ପାନ୍ନା-୨/୨୫)। ବାଂଲାଦେଶ ୨୦ ଓଭରରେ ୧୨୪/୮(ସୁଲତାନା-୩୫, ମୁର୍ଶିଦା-୩୦, ପୁନମ-୩/୧୮, ଅରୁନ୍ଧତୀ-୨/୩୩, ଶିଖା-୨/୧୪, ରାଜେଶ୍ୱରୀ-୧/୨୫)।
ପ୍ଲେୟର ଅଫ ଦି ମ୍ୟାଚ: ଶେଫାଳି ବର୍ମା


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri